Masthead

ଅକ୍ଟୋବରରେ ଆସିପାରେ କରୋନାର ୩ୟ ଲହର

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ) : ଅକ୍ଟୋବରରେ ଆସିପାରେ କରୋନାର ୩ୟ ଲହର । ଅକ୍ଟୋବରରେ ପିକ ଛୁଇଁବ । ଏଥିରେ ଅଧିକ ଶିଶୁ ଆକ୍ରାନ୍ତ ହୋଇପାରନ୍ତି । ପ୍ରତି ୧୦୦ରେ ୨୩ ପିଲା ପଜିଟିଭ୍ ହେବେ ବୋଲି ଆକଳନ କରାଯାଉଥିବା କହିଛନ୍ତି ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର । ଯଦି ତୃତୀୟ ଲହର ଆସୁଛି, ତାହେଲେ ଏହାର ପିକ୍ ପିରିୟଡ ପାଇଁ ଆମକୁ ଅପେକ୍ଷା କରିବାକୁ ପଡ଼ିବ । ଶିଶୁମାନଙ୍କ ପାଇଁ ସମସ୍ତ ବ୍ୟବସ୍ଥା ହୋଇଛି ।

ଶିଶୁଭବନରେ ସେଣ୍ଟ୍ରାଲ ଅଫ ଏକ୍ସିଲେନ୍ସି କରାଯାଉଛି । ଶିଶୁମାନଙ୍କର ଏବେ ସିଭିୟରିଟି ନାହିଁ ତଥାପି ତିକ୍ଷ୍ଣ ନଜର ରଖାଯାଇଛି । ଗତ ୩ ଦିନ ଭିତରେ କେହି ଭେଣ୍ଟିଲେଟରକୁ ଯାଇନାହନ୍ତି ବୋଲି ସ୍ୱାସ୍ଥ୍ୟ ନିର୍ଦ୍ଦେଶକ କହିଛନ୍ତି । କରୋନାର ୩ୟ ଲହରକୁ ନେଇ ପିଏମଓଙ୍କୁ ସତର୍କ କରାଇଲା ଏମଏଚ୍ଏ ପ୍ୟାନେଲ । ଅକ୍ଟୋବର ସୁଦ୍ଧା ୩ୟ ୱେଭ ନେଇ ସଚେତନ କରାଇଛି । ତୃତୀୟ ଲହର ଶିଶୁଙ୍କୁ ସଂକ୍ରମିତ କରିବା ଆଶଙ୍କ ଥିବାରୁ ପିଲାଙ୍କ ଚିକିତ୍ସା ପାଇଁ ସ୍ୱତନ୍ତ୍ର ବ୍ୟବସ୍ଥା ଲାଗି ପରାମର୍ଶ ଦିଆଯାଇଛି । ସେପଟେ କରୋନା ୩ୟ ଲହର ନେଇ ଡିଏମଇଟିଙ୍କ ପ୍ରତିକ୍ରିୟା ରଖିଛନ୍ତି । ୩ୟ ଲହର ଆସିଲେ ଅଧିକ ପ୍ରଭାବିତ ହେବେ ପିଲା । ଅକ୍ଟୋବରରେ ୩ୟ ଳହର ପିକରେ ରହିବ ବୋଲି ବିଶେଷଜ୍ଞମାନେ ମତ ରଖରଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜୟଙ୍କ ବଡ଼ ବିଜୟ 🔴 ନବୀନଙ୍କ ‘ବେଇମାନ’ ଶବ୍ଦ ପଡ଼ିଲା ମହଙ୍ଗା 🔴 କିଏ ପିନ୍ଧିବ ନୂଆପଡ଼ା ତାଜ? 🔴 କାହାର ହେବ ନୂଆପଡ଼ା ବିଧାନସଭା? 🔴 SI ସ୍କାମ୍ , ମାମଲା ରୁଜୁ କଲା ସିବିଆଇ 🔴 ଖସୁଛି ପାରଦ, ବଢୁଛି ଥଣ୍ଡା 🔴 କାଲି ଇଭିଏମରୁ ଖୋଲିବ ପ୍ରାର୍ଥୀଙ୍କ ଭାଗ୍ୟ 🔴 LNJPରେ ଆହତ ବ୍ୟକ୍ତିଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ 🔴 ଆଜି ପ୍ରଥମାଷ୍ଟମୀ, ନୂଆ ବସ୍ତ୍ର ପିନ୍ଧିବେ ଘରର ଜ୍ୟେଷ୍ଠମାନେ 🔴 ‘ଦିଲ୍ଲୀ ବିସ୍ଫୋରଣ, ଦୋଷୀଙ୍କୁ ଛଡା ଯିବନି’ 🔴 ଜୟଙ୍କ ବଡ଼ ବିଜୟ 🔴 ନବୀନଙ୍କ ‘ବେଇମାନ’ ଶବ୍ଦ ପଡ଼ିଲା ମହଙ୍ଗା 🔴 କିଏ ପିନ୍ଧିବ ନୂଆପଡ଼ା ତାଜ? 🔴 କାହାର ହେବ ନୂଆପଡ଼ା ବିଧାନସଭା? 🔴 SI ସ୍କାମ୍ , ମାମଲା ରୁଜୁ କଲା ସିବିଆଇ 🔴 ଖସୁଛି ପାରଦ, ବଢୁଛି ଥଣ୍ଡା 🔴 କାଲି ଇଭିଏମରୁ ଖୋଲିବ ପ୍ରାର୍ଥୀଙ୍କ ଭାଗ୍ୟ 🔴 LNJPରେ ଆହତ ବ୍ୟକ୍ତିଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ 🔴 ଆଜି ପ୍ରଥମାଷ୍ଟମୀ, ନୂଆ ବସ୍ତ୍ର ପିନ୍ଧିବେ ଘରର ଜ୍ୟେଷ୍ଠମାନେ 🔴 ‘ଦିଲ୍ଲୀ ବିସ୍ଫୋରଣ, ଦୋଷୀଙ୍କୁ ଛଡା ଯିବନି’