Masthead

କୋରନା ରେ ବାହାଘର ମହଙ୍ଗା ପଡିଲା

ବାପ ପୁଅ ନାମରେ ମାମଲା

ବାଲିଗୁଡା: କୋଭିଡ ନିୟମ ଉଲଘଂନ କରି ପୁଅ ବାହାଘର କରିବା ମହଙ୍ଗା ପଡ଼ିଲା । ବାଲିଗୁଡ଼ା ଥାନା ତଗାକିଆରେ ୨୦୦ରୁ ଉର୍ଦ୍ଧ୍ବ ଲୋକଙ୍କୁ ମେଳି କରି ପୁଅ ଘରେ ବାହାଘର ଚାଲିଥିବା ବେଳେ ବାଲିଗୁଡ଼ା ପୋଲିସ୍ ପକ୍ଷରୁ ଚଢ଼ାଉ । ମାଇକ୍ ସେଟ୍ ସହ ବର ପିତା ଥାନାରେ ଅଟକ । ବାପ ପୁଅଙ୍କ ନାମରେ ମାମଲା ରୁଜୁକରି ତଦନ୍ତ ଆରମ୍ଭ କରିଛି ପୋଲିସ୍ । ସୂଚନା ପ୍ରକାରେ ଗତକାଲି ସନ୍ଧ୍ୟା ସମୟରେ ବାଟାଗୁଡ଼ା ପଞ୍ଚାୟତ ଅନ୍ତର୍ଗତ ତଗାକିଆ ଗ୍ରାମର ପରମେଶ୍ବର ମଲ୍ଲିକଙ୍କ ଘରେ ତାଙ୍କ ପୁଅ ନକୁଳ ମଲ୍ଲିକ ଓ ରେବିଙ୍ଗିଆ ପଞ୍ଚାୟତ ଅନ୍ତର୍ଗତ ସାତାମାସ୍କା ଗ୍ରାମର ଲହଡ଼ା ମଲ୍ଲିକଙ୍କ ଝିଅ ପ୍ରୀତି ମଲ୍ଲିକଙ୍କ ସହ ବିବାହ ଉତ୍ସବ ଚାଲିଥିଲେ ହେଲେ, କୋଭିଡ୍ ନିୟମକୁ ନମାନି ୨୦୦ରୁ ଉର୍ଦ୍ଧ୍ବ ବନ୍ଧୁବାନ୍ଧବଙ୍କ ଗହଣରେ ନାଚଗୀତର ଆସର ଜମାଇ ବିବାହ ଉତ୍ସବ ଚାଲିଥିବା ଖବର ପହଁଚିଥିଲା ବାଲିଗୁଡ଼ା ପୋଲିସ୍ ପାଖରେ । ଥାନା ଅଧିକାରୀ ନିଜ ଟିମ୍ ସହ ଘଟଣାସ୍ଥଳରେ ପହଂଚି ଲୋକଙ୍କୁ ଘଉଡାଇବା ସହ ମାଇକ୍ ସେଟ୍ ଜବତ କରିଛି । ଘଟଣାରେ ବର ନକୁଳ ଓ ତାଙ୍କ ବାପା ପରମେଶ୍ବରଙ୍କ ନାମରେ ମାମଲା ରୁଜୁକରି ତଦନ୍ତ ଆରମ୍ଭ କରିଥିବା ପୋଲିସ୍ ପକ୍ଷରୁ ସୂଚନା ମିଳିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଏଫଏମ କଲେଜ ଛାତ୍ରୀ ଆତ୍ମାହୁତି ମାମଲା, କଂଗ୍ରେସ ପକ୍ଷରୁ ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ପାଳନ 🔴 ଲୋୟର ପିଏମ୍‌ଜିରେ ପୋଲିସ ବିଜେଡି କର୍ମୀ ଧସ୍ତାଧସ୍ତି 🔴 ୫ ଜିଲ୍ଲାକୁ ପ୍ରବଳ ବର୍ଷା ଆଲର୍ଟ 🔴 ସୌମ୍ୟାଶ୍ରୀ ମୃତ୍ୟୁ ମାମଲା, ବିଜେଡି ପକ୍ଷରୁ ବାଲେଶ୍ବର ଜିଲ୍ଲା ବନ୍ଦ ଡାକରା 🔴 କଟିବ ହିତାଧିକାରିଙ୍କ ରାସନ କାର୍ଡ 🔴 ସୁଧୁରିବାରେ ଲାଗିଛି ଭାରତ-ଚୀନ ସମ୍ପର୍କ 🔴 ଗଣତନ୍ତ୍ରର ସବୁଠାରୁ ବଡ଼ ମନ୍ଦିରରେ AI 🔴 ମହାକାଶରୁ ଫେରିଲେ ଶୁଭ୍ରାଂଶୁ ଶୁକ୍ଳା 🔴 ସୌମ୍ୟାଶ୍ରୀ ବିଶିଙ୍କ ମୃତ୍ୟୁ, ପରିବାରକୁ ୨୦ ଲକ୍ଷର ସହାୟତା ଘୋଷଣା 🔴 ୧୭ ତାରିଖରେ ଓଡ଼ିଶା ବନ୍ଦ ଡାକରା 🔴 ଏଫଏମ କଲେଜ ଛାତ୍ରୀ ଆତ୍ମାହୁତି ମାମଲା, କଂଗ୍ରେସ ପକ୍ଷରୁ ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ପାଳନ 🔴 ଲୋୟର ପିଏମ୍‌ଜିରେ ପୋଲିସ ବିଜେଡି କର୍ମୀ ଧସ୍ତାଧସ୍ତି 🔴 ୫ ଜିଲ୍ଲାକୁ ପ୍ରବଳ ବର୍ଷା ଆଲର୍ଟ 🔴 ସୌମ୍ୟାଶ୍ରୀ ମୃତ୍ୟୁ ମାମଲା, ବିଜେଡି ପକ୍ଷରୁ ବାଲେଶ୍ବର ଜିଲ୍ଲା ବନ୍ଦ ଡାକରା 🔴 କଟିବ ହିତାଧିକାରିଙ୍କ ରାସନ କାର୍ଡ 🔴 ସୁଧୁରିବାରେ ଲାଗିଛି ଭାରତ-ଚୀନ ସମ୍ପର୍କ 🔴 ଗଣତନ୍ତ୍ରର ସବୁଠାରୁ ବଡ଼ ମନ୍ଦିରରେ AI 🔴 ମହାକାଶରୁ ଫେରିଲେ ଶୁଭ୍ରାଂଶୁ ଶୁକ୍ଳା 🔴 ସୌମ୍ୟାଶ୍ରୀ ବିଶିଙ୍କ ମୃତ୍ୟୁ, ପରିବାରକୁ ୨୦ ଲକ୍ଷର ସହାୟତା ଘୋଷଣା 🔴 ୧୭ ତାରିଖରେ ଓଡ଼ିଶା ବନ୍ଦ ଡାକରା