Masthead

ଭବାନୀପାଟଣା ଗସ୍ତରେ ଖାଉଟି କଲ୍ୟାଣ ମନ୍ତ୍ରୀ

କଳାହାଣ୍ଡି (ବଡ଼ ଖବର ବ୍ୟୁରୋ): ଭବାନୀପାଟଣାରେ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର । ଜିଲ୍ଲା ବିଜେପି ପକ୍ଷରୁ ସ୍ବାଗତ ସମ୍ବର୍ଦ୍ଧନା ଜିଲ୍ଲା ପ୍ରଶାସନ ସହ ବୈଠକ । ମନ୍ତ୍ରୀପଦ ପାଇଲା ପରେ ପ୍ରଥମ ଥର ପାଇଁ କଳାହାଣ୍ଡି ପହଞ୍ଚି ଥିଲେ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର । ଭବାନୀପାଟଣା ସ୍ଥିତ ପ୍ରଦକ୍ଷଣ ଗୃହରେ ଜିଲ୍ଲା ବିଜେପି ତାଙ୍କୁ ସ୍ଵାଗତ ସମ୍ବର୍ଦ୍ଧନା ଜଣାଇଥିଲେ । ବିଜେପି ଜିଲ୍ଲା ସଭାପତି ଆର୍ତ୍ତତ୍ରାଣ ମହାପାତ୍ର ଯୁବ ମୋର୍ଚ୍ଚା ଜିଲ୍ଲା ସଭାପତି ବିଜୟ ଦେବ ସାହୁ କୃଷକ ମୋର୍ଚ୍ଚା ଜିଲ୍ଲା ସଭାପତି କେଶରୀ ଦୁର୍ଗାଙ୍କ ସହ ବିଜେପି ଏବଂ ଭାରତୀୟ ଜନତା ଯୁବ ମୋର୍ଚ୍ଚାର କର୍ମୀ ଉପସ୍ଥିତ ରହିଥିଲେ । ପରେ ଜିଲ୍ଲା ପ୍ରଶାସନ ସହ ସାକ୍ଷାତ ସହ ଛୋଟ ସମୀକ୍ଷା ବୈଠକ କଲେ ମନ୍ତ୍ରୀ । ବୈଠକରେ କଳାହାଣ୍ଡି ଜିଲ୍ଲାପାଳ ପି ଅନ୍ୱେଷା ରେଡ୍ଡୀ, ଅତିରିକ୍ତ ଜିଲ୍ଲାପାଳ ତନ୍ମୟ କୁମାର ଦର୍ୱାନ୍ । ଉପ ଜିଲ୍ଲାପାଳ ଡ଼ ବିଶ୍ୱଜିତ୍ ଦାସ୍ ଙ୍କ ସହ ଯୋଗାଣ ବିଭାଗ ଅଧିକାରୀ ଉପସ୍ଥିତ ରହିଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ପାହାଡ଼ ଚଢିଲେ ଜିଲ୍ଲାପାଳ, ଉପରୁ ତଳକୁ ଆସିବେ ୮ ପରିବାର 🔴 ୪ ଭାରତୀୟ ଡାକ୍ତରୀ ଛାତ୍ରଙ୍କୁ ଛୁରାମାଡ଼ 🔴 ରାତିରେ ପାରଦ ଖସୁଛି 🔴 ଆଜିଠାରୁ ପୁରୁଷ ଟ୍ବେଣ୍ଟି-୨୦ ବିଶ୍ବକପ୍‌ 🔴 ଶିମିଳିପାଳ ଅଭୟାରଣ୍ୟ ବୁଲିବେ ରାଷ୍ଟ୍ରପତି 🔴 ଟପ୍ କମାଣ୍ଡର ଉଧମ ସିଂହ ନିହତ 🔴 ନିଜ ବନ୍ଧୁକରୁ ଗୁଳି କରି ଜୀବନ ହାରିଲେ କନଷ୍ଟେବଳ 🔴 ଟ୍ରାକରୁ ଖସିଲା ୩ ବଗି 🔴 ଖୋର୍ଦ୍ଧା ନୁହେଁ ଏଣିକି ଖୋରଧା 🔴 ‘ତଥାପି’ ଚିତ୍ରକଳା ପ୍ରଦର୍ଶନୀ ଉଦ୍ଘାଟିତ 🔴 ପାହାଡ଼ ଚଢିଲେ ଜିଲ୍ଲାପାଳ, ଉପରୁ ତଳକୁ ଆସିବେ ୮ ପରିବାର 🔴 ୪ ଭାରତୀୟ ଡାକ୍ତରୀ ଛାତ୍ରଙ୍କୁ ଛୁରାମାଡ଼ 🔴 ରାତିରେ ପାରଦ ଖସୁଛି 🔴 ଆଜିଠାରୁ ପୁରୁଷ ଟ୍ବେଣ୍ଟି-୨୦ ବିଶ୍ବକପ୍‌ 🔴 ଶିମିଳିପାଳ ଅଭୟାରଣ୍ୟ ବୁଲିବେ ରାଷ୍ଟ୍ରପତି 🔴 ଟପ୍ କମାଣ୍ଡର ଉଧମ ସିଂହ ନିହତ 🔴 ନିଜ ବନ୍ଧୁକରୁ ଗୁଳି କରି ଜୀବନ ହାରିଲେ କନଷ୍ଟେବଳ 🔴 ଟ୍ରାକରୁ ଖସିଲା ୩ ବଗି 🔴 ଖୋର୍ଦ୍ଧା ନୁହେଁ ଏଣିକି ଖୋରଧା 🔴 ‘ତଥାପି’ ଚିତ୍ରକଳା ପ୍ରଦର୍ଶନୀ ଉଦ୍ଘାଟିତ