Masthead

ଭାରସାମ୍ୟ ହରାଇ ରାସ୍ତା କଡକୁ ଖସିଲା ବାଇକ୍

ବାଲେଶ୍ୱର (ବଡ଼ ଖବର ବ୍ୟୁରୋ):ବାଲେଶ୍ୱର ଜିଲ୍ଲା ସିଂଲା ଥାନା ଅନ୍ତର୍ଗତ ବୁଡିଆଂ ଛକରେ ଘଟିଛି ମର୍ମଦୁତ ସଡକ ଦୁର୍ଘଟଣା । ଘଟଣା ସ୍ଥଳରେ ବାଇକ ଆରୋହୀ ମୃତୁ୍ୟ ଘଟିଛି । ସୂଚନା ଅନୁଯାୟୀ ରୂପ୍ସା ଥାନା ଅନ୍ତର୍ଗତ ଆଙ୍କୋ ଅଞ୍ଚଳର ଦୁଇଜଣ ଯୁବକ ପଞ୍ଚୁପାଲି ଗ୍ରାମରୁ ଭୋଜି ଖାଇ ବିଳମ୍ବିତ ରାତିରେ ବାଇକରେ ଘରକୁ ଫେରୁଥିବା ବେଳେ ବୁଡିଆଂ ଛକ ନିକଟରେ ଗାଡିଟି ଭାରସାମ୍ୟ ହରାଇ ରାସ୍ତା କଡକୁ ଖସି ପଡିଥିଲା । ବାଇକର ପଛରେ ବସିଥିବା ଯୁବକ ଜଣକ ମୁଣ୍ତରେ ଗଭୀର ଆଘାତ ଲାଗିବା ଯୋଗୁ ପ୍ରବଳ ରକ୍ତସ୍ରାବ ହୋଇ ଘଟଣା ସ୍ଥଳରେ ମୃତୁ୍ୟ ହୋଇଯାଇ ଥିଲା । ସ୍ଥାନୀୟ ଲୋକେ ପହଞ୍ଚି ସିଂଲା ପୋଲିସକୁ ଖବର ଦେବା ପରେ ସିଂଲା ପୋଲିସ ପହଞ୍ଚି ଶବ ବ୍ୟବଛେଦ ପାଇଁ ହସପିଟାଲ କୁ ପଠାଇବା ସହ ଘଟଣାର ତଦନ୍ତ ଆରମ୍ଭ କରିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାଓବାଦୀ ଗୁଳିରେ ୫ ଯବାନ ଆହତ 🔴 ତେହେରାନରେ ପାକ୍ ସେନା ମୁଖ୍ୟ 🔴 ୪୫ ଡିଗ୍ରୀ ଛୁଇଁପାରେ ତାତି 🔴 ବିହାରରେ ଆଜିଠୁ ସମ୍ରାଟ ସରକାର 🔴 ମୃତ୍ୟୁର ୨ ଦିନ ପରେ ବି ଶବକୁ ମିଳୁନି ଶ୍ମଶାନ 🔴 ବରଯାତ୍ରୀ ଗାଡ଼ି ଦୁର୍ଘଟଣା, ଜଣେ ମୃତ 🔴 ପଶ୍ଚିମରେ ଅସମ୍ଭାଳ ତାତି 🔴 ଆଜି ପବିତ୍ର ପଣା ସଂକ୍ରାନ୍ତି 🔴 ୪୫ ଡିଗ୍ରୀ ଛୁଇଁପାରେ ତାତି 🔴 ସାଲାରୀ ବଢାଇବାକୁ ଦାବି, ପୁଲିସ୍-ଶ୍ରମିକ ମୁହାଁମୁହିଁ 🔴 ମାଓବାଦୀ ଗୁଳିରେ ୫ ଯବାନ ଆହତ 🔴 ତେହେରାନରେ ପାକ୍ ସେନା ମୁଖ୍ୟ 🔴 ୪୫ ଡିଗ୍ରୀ ଛୁଇଁପାରେ ତାତି 🔴 ବିହାରରେ ଆଜିଠୁ ସମ୍ରାଟ ସରକାର 🔴 ମୃତ୍ୟୁର ୨ ଦିନ ପରେ ବି ଶବକୁ ମିଳୁନି ଶ୍ମଶାନ 🔴 ବରଯାତ୍ରୀ ଗାଡ଼ି ଦୁର୍ଘଟଣା, ଜଣେ ମୃତ 🔴 ପଶ୍ଚିମରେ ଅସମ୍ଭାଳ ତାତି 🔴 ଆଜି ପବିତ୍ର ପଣା ସଂକ୍ରାନ୍ତି 🔴 ୪୫ ଡିଗ୍ରୀ ଛୁଇଁପାରେ ତାତି 🔴 ସାଲାରୀ ବଢାଇବାକୁ ଦାବି, ପୁଲିସ୍-ଶ୍ରମିକ ମୁହାଁମୁହିଁ