Masthead

ରଘୁବର ଦାସ ଓଡ଼ିଶାର ନୂଆ ରାଜ୍ୟପାଳ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):ରଘୁବର ଦାସ ହେବେ ଓଡ଼ିଶାର ନୂଆ ରାଜ୍ୟପାଳ । ରାଷ୍ଟ୍ରପତି ଭବନରୁ ଜାରି ହେଲା ସୂଚନା । ବର୍ତ୍ତମାନ ଓଡ଼ିଶାର ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲଙ୍କ ସ୍ଥାନ ନେବେ ରଘୁବର ଦାସ । ପ୍ରଫେସର ଗଣେଶୀ ଲାଲଙ୍କ ଅବସର ପରେ ଦାୟିତ୍ବ ଗ୍ରହଣ କରିବେ ।

ପ୍ରଫେସର ଗଣେଶୀ ଲାଲ ୨୦୧୮ରେ ଓଡ଼ିଶାର ରାଜ୍ୟପାଳ ହୋଇଥିଲେ। ତାଙ୍କ କାର୍ୟ୍ୟକାଳ ୨୦୨୩ ମେ ମାସ ୩୦ ତାରିଖରୁ ଶେଷ ହୋଇଥିଲା। ଏହାପରେ ତାଙ୍କ କାର୍ୟ୍ୟକାଳକୁ ବୃଦ୍ଧି କରାଯାଇଥିଲା। ହେଲେ ରାଷ୍ଟ୍ରପତି ମୁର୍ମୁ ରାଜ୍ୟର ନୂଆ ରାଜ୍ୟପାଳ ଭାବେ ଶ୍ରୀ ରଘୁବର ଦାସଙ୍କ ନାଁ ଉପରେ ମୋହର ମାରିଛନ୍ତି। ଭାରତୀୟ ଜନତା ପାର୍ଟିର ବରିଷ୍ଠ ନେତା ହେଉଛନ୍ତି ରଘୁବର ଦାସ । ସେ ୫ ଥର ନିର୍ବାଚିତ ହୋଇଛନ୍ତି । ରଘୁବର ଦାସ ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ । ପ୍ରଥମ ଅଣଆଦିବାସୀ ମୁଖ୍ୟମନ୍ତ୍ରୀ ହେଉଛନ୍ତି ରଘୁବର । ୨୦୧୪ରୁ ୨୦୧୯ ଯାଏଁ ଝାଡ଼ଖଣ୍ଡର ମୁଖ୍ୟମନ୍ତ୍ରୀ ଭାବେ ଦାୟିତ୍ୱ ସମ୍ଭାଳିଛନ୍ତି ରଘୁବର ଦାସ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର