Masthead

ଆଜିଠାରୁ ଭିତର ଚନ୍ଦନ

ପୁରୀ (ବଡ଼ ଖବର ବ୍ୟୁରୋ):  ଶ୍ରୀମନ୍ଦିରରେ ଆଜିଠାରୁ ମହାପ୍ରଭୁଙ୍କ ୨୧ ଦିନ ବ୍ୟାପୀ ଭିତର ଚନ୍ଦନ ଯାତ୍ରା ଆରମ୍ଭ ହୋଇଛି। ଏହା ଦେବସ୍ନାନପୂର୍ଣ୍ଣମୀ ପୂର୍ବଦିନ ଯାଏଁ ଚାଲିବ। ଆସନ୍ତା ଜ୍ୟେଷ୍ଠ କୃଷ୍ଣ ଏକାଦଶୀରେ ମହାପ୍ରଭୁଙ୍କ ଚଳନ୍ତି ପ୍ରତିମା ଜଳକ୍ରୀଡ଼ା କରିବେ। ବୈଶାଖ ଶୁକ୍ଳ ତୃତୀୟ ବା ଅକ୍ଷୟ ତୃତୀୟା ଠାରୁ ଜ୍ୟେଷ୍ଠ ଶୁକ୍ଳ ଚତୁର୍ଦ୍ଦଶୀ ଅର୍ଥାତ୍ ସ୍ନାନ ପୂର୍ଣ୍ଣିମା ପୂର୍ବ ଦିନ ପର୍ୟ୍ୟନ୍ତ ମୋଟ ୪୨ ଦିନ ଧରି ଚନ୍ଦନ ଯାତ୍ରା ଅନୁଷ୍ଠିତ ହୋଇଥାଏ। ୨୧ ଦିନ ବ୍ୟାପୀ ବାହାର ଚନ୍ଦନ ଯାତ୍ରା ସରିବା ପରେ ପରବର୍ତ୍ତୀ ୨୧ ଦିନ ଶ୍ରୀମନ୍ଦିରରେ ଭିତର ଚନ୍ଦନ ଅନୁଷ୍ଠିତ ହୋଇଥାଏ।

ତେବେ ଆଜି ଶ୍ରୀଜିଉମାନଙ୍କର ଭିତର ଚନ୍ଦନ ଆରମ୍ଭ ହୋଇଛି। ଏହି ୨୧ ଦିନ ମହାପ୍ରଭୁଙ୍କୁ ଚନ୍ଦନ ଓ ଆଲଟ ଲାଗି କରାଯିବ। ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଯାତଭୋଗ ସରିବା ପରେ ଭିତର ଚନ୍ଦନ ଯାତ୍ରା ନୀତି କରାଯାଇଛି। ଜ୍ୟେଷ୍ଠ କୃଷ୍ଣ ଏକାଦଶୀ, ସାବିତ୍ରୀ ଅମାବାସ୍ୟା, ଶୀତଳ ଷଷ୍ଠୀ ଓ ରୁକ୍ମିଣୀହରଣ ଏକାଦଶୀରେ ଶ୍ରୀମନ୍ଦିର ଭିତରେ ଥିବା ଜଳକ୍ରୀଡ଼ା ମଣ୍ତପରେ ଠାକୁରଙ୍କ ଜଳକ୍ରୀଡ଼ା ନୀତି ଅନୁଷ୍ଠିତ ହେବାର ପରମ୍ପରା ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୪୪ଟି ତହସିଲରେ ଜମି କିଣାବିକା 🔴 ଭେଙ୍କେଟେଶ୍ବର ସ୍ବାମୀ ମନ୍ଦିରରେ ଦଳାଚକଟା, ୯ ମୃତ୍ୟୁ 🔴 ଆସୁଛି ଆଉ ଏକ ଲଘୁଚାପ 🔴 ଛାତ୍ରୀଙ୍କୁ ଅସଦାଚରଣ, ଧାରଣାରେ ଛାତ୍ରଛାତ୍ରୀ 🔴 ନଭେମ୍ବରରେ ରାଜ୍ୟରେ ହେବ କମ୍‌ ଶୀତ  🔴 ଆଜିଠୁ ପୁଣି ଖୋଲିବ ସୁଭଦ୍ରା ପୋର୍ଟାଲ 🔴 ଓଡ଼ିଆଣୀ ବେଶରେ ଦର୍ଶନ ଦେଉଛନ୍ତି ରାଧାରାଣୀ 🔴 SI ପରୀକ୍ଷା କେଳେଙ୍କାରୀ, ଜେଲ୍‌ରୁ ବାହାରିଲେ ୧୧୪ ଆଶାୟୀ 🔴 ୫୧ ଜଣ ମାଓବାଦୀଙ୍କ ଆତ୍ମସମର୍ପଣ 🔴 କରଞ୍ଜିଆରେ ବାଘ ଆତଙ୍କ 🔴 ୪୪ଟି ତହସିଲରେ ଜମି କିଣାବିକା 🔴 ଭେଙ୍କେଟେଶ୍ବର ସ୍ବାମୀ ମନ୍ଦିରରେ ଦଳାଚକଟା, ୯ ମୃତ୍ୟୁ 🔴 ଆସୁଛି ଆଉ ଏକ ଲଘୁଚାପ 🔴 ଛାତ୍ରୀଙ୍କୁ ଅସଦାଚରଣ, ଧାରଣାରେ ଛାତ୍ରଛାତ୍ରୀ 🔴 ନଭେମ୍ବରରେ ରାଜ୍ୟରେ ହେବ କମ୍‌ ଶୀତ  🔴 ଆଜିଠୁ ପୁଣି ଖୋଲିବ ସୁଭଦ୍ରା ପୋର୍ଟାଲ 🔴 ଓଡ଼ିଆଣୀ ବେଶରେ ଦର୍ଶନ ଦେଉଛନ୍ତି ରାଧାରାଣୀ 🔴 SI ପରୀକ୍ଷା କେଳେଙ୍କାରୀ, ଜେଲ୍‌ରୁ ବାହାରିଲେ ୧୧୪ ଆଶାୟୀ 🔴 ୫୧ ଜଣ ମାଓବାଦୀଙ୍କ ଆତ୍ମସମର୍ପଣ 🔴 କରଞ୍ଜିଆରେ ବାଘ ଆତଙ୍କ