Masthead

ଆଜିଠାରୁ ଭିତର ଚନ୍ଦନ

ପୁରୀ (ବଡ଼ ଖବର ବ୍ୟୁରୋ):  ଶ୍ରୀମନ୍ଦିରରେ ଆଜିଠାରୁ ମହାପ୍ରଭୁଙ୍କ ୨୧ ଦିନ ବ୍ୟାପୀ ଭିତର ଚନ୍ଦନ ଯାତ୍ରା ଆରମ୍ଭ ହୋଇଛି। ଏହା ଦେବସ୍ନାନପୂର୍ଣ୍ଣମୀ ପୂର୍ବଦିନ ଯାଏଁ ଚାଲିବ। ଆସନ୍ତା ଜ୍ୟେଷ୍ଠ କୃଷ୍ଣ ଏକାଦଶୀରେ ମହାପ୍ରଭୁଙ୍କ ଚଳନ୍ତି ପ୍ରତିମା ଜଳକ୍ରୀଡ଼ା କରିବେ। ବୈଶାଖ ଶୁକ୍ଳ ତୃତୀୟ ବା ଅକ୍ଷୟ ତୃତୀୟା ଠାରୁ ଜ୍ୟେଷ୍ଠ ଶୁକ୍ଳ ଚତୁର୍ଦ୍ଦଶୀ ଅର୍ଥାତ୍ ସ୍ନାନ ପୂର୍ଣ୍ଣିମା ପୂର୍ବ ଦିନ ପର୍ୟ୍ୟନ୍ତ ମୋଟ ୪୨ ଦିନ ଧରି ଚନ୍ଦନ ଯାତ୍ରା ଅନୁଷ୍ଠିତ ହୋଇଥାଏ। ୨୧ ଦିନ ବ୍ୟାପୀ ବାହାର ଚନ୍ଦନ ଯାତ୍ରା ସରିବା ପରେ ପରବର୍ତ୍ତୀ ୨୧ ଦିନ ଶ୍ରୀମନ୍ଦିରରେ ଭିତର ଚନ୍ଦନ ଅନୁଷ୍ଠିତ ହୋଇଥାଏ।

ତେବେ ଆଜି ଶ୍ରୀଜିଉମାନଙ୍କର ଭିତର ଚନ୍ଦନ ଆରମ୍ଭ ହୋଇଛି। ଏହି ୨୧ ଦିନ ମହାପ୍ରଭୁଙ୍କୁ ଚନ୍ଦନ ଓ ଆଲଟ ଲାଗି କରାଯିବ। ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଯାତଭୋଗ ସରିବା ପରେ ଭିତର ଚନ୍ଦନ ଯାତ୍ରା ନୀତି କରାଯାଇଛି। ଜ୍ୟେଷ୍ଠ କୃଷ୍ଣ ଏକାଦଶୀ, ସାବିତ୍ରୀ ଅମାବାସ୍ୟା, ଶୀତଳ ଷଷ୍ଠୀ ଓ ରୁକ୍ମିଣୀହରଣ ଏକାଦଶୀରେ ଶ୍ରୀମନ୍ଦିର ଭିତରେ ଥିବା ଜଳକ୍ରୀଡ଼ା ମଣ୍ତପରେ ଠାକୁରଙ୍କ ଜଳକ୍ରୀଡ଼ା ନୀତି ଅନୁଷ୍ଠିତ ହେବାର ପରମ୍ପରା ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ