Masthead

ଆଜି ଜେଇଇ ଆଡଭାନ୍ସ

ଆରମ୍ଭ ହୋଇଛି ଜେଇଇ ଆଡଭାନ୍ସ ପ୍ରବେଶିକା ପରୀକ୍ଷା । ଏଥିନିମନ୍ତେ ରାଜ୍ୟର ଭୁବନେଶ୍ୱର, କଟକ, ବ୍ରହ୍ମପୁର, ରାଉରକେଲା ଏବଂ ସମ୍ବଲପୁର ସହରରେ ପରୀକ୍ଷା କେନ୍ଦ୍ର ହୋଇଛି। ଚଳିତ ବର୍ଷ ଜେଇଇ ଆଡଭାନ୍ସ ବୈଷୟିକ ପାଠ୍ୟକ୍ରମରେ ନାମଲେଖାଇବା ପାଇଁ ଏହି ପ୍ରବେଶିକା ପରୀକ୍ଷା ଦେଵେ ଛାତ୍ରଛାତ୍ରୀ । ଏଥିପାଇଁ ସାରା ଦେଶରେ ୧.୬୦ ଲକ୍ଷ ଛାତ୍ରଛାତ୍ରୀ ପଞ୍ଜୀକରଣ କରିଛନ୍ତି। ପରୀକ୍ଷା ଦୁଇଟି ସିଟିଂରେ କରାଯିବ। ପେପର-୧ ପାଇଁ ପ୍ରଥମ ସିଟିଂ ପୂର୍ବାହ୍ନ ୯ଟାରୁ ପରୀକ୍ଷା ଆରମ୍ଭ ହୋଇ ମଧ୍ୟାହ୍ନ ୧୨ଟାରେ ସରିବ। ପେପର-୨ ପାଇଁ ଦ୍ୱିତୀୟ ସିଟିଂ ଅପରାହ୍ଣ ସାଢେ ୨ଟାରୁ ୫.୩୦ ପର୍ଯ୍ୟନ୍ତ ପରୀକ୍ଷା ଚାଲିବ। କୋଭିଡ଼ କଟକଣାକୁ ପାଳନ କରାଯାଇ ପରୀକ୍ଷା କରିବାକୁ ଆଇଆଇଟି ଦିଲ୍ଲୀ ପକ୍ଷରୁ ନିୟମାବଳୀ ଜାରି କରାଯାଇଛି। କେନ୍ଦ୍ର ଭିତରକୁ ପରୀକ୍ଷାର୍ଥୀ ପ୍ରବେଶ କରିବା ସମୟରେ ହାତକୁ ସାନିଟାଇଜ୍‍ କରିବା ସହ ସାମାଜିକ ଦୂରତ୍ୱ ରକ୍ଷା କରିବେ। ପରିସରରେ କୌଣସି ଅଭିଭାବକ ଏବଂ ଛାତ୍ରଛାତ୍ରୀ ଗହଳି କରିପାରିବେ ନାହିଁ। କରୋନା କଟକଣାକୁ ଲକ୍ଷ୍ୟ କରି ଏବର୍ଷ ଦେଶର ୨୨୨ଟି ସହରର ୧୧୫୦ଟି ପରୀକ୍ଷା କେନ୍ଦ୍ର କରାଯାଇଛି। ଗତବର୍ଷ ୧୬୪ଟି ସହରରେ ୬୦୦ଟି କେନ୍ଦ୍ର କରାଯାଇ ଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା