ଆଜି ଦିନ ସାଢ଼େ ୨ଟାରେ ରାଜଧାନୀରେ ୪୩ ଡିଗ୍ରୀ ତାପମାତ୍ରା ପାର

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜି ଦିନ ସାଢ଼େ ୨ଟାରେ ରାଜଧାନୀରେ ୪୩ ଟପିଲା ପାରଦ । ଭୁବନେଶ୍ୱରରେ ୪୩.୬ ଡିଗ୍ରୀ ତାପମାତ୍ରା ରେକର୍ଡ ହୋଇଛି । ସେହିପରି ସମ୍ବଲପୁର ୪୧.୭, ହୀରାକୁଦ ୪୧.୪, ଚାନ୍ଦବାଲି ୪୧.୨, କେନ୍ଦୁଝର ୪୦.୯ ଏବଂ ରାଉରକେଲା ୪୦.୨ ଡିଗ୍ରୀ ତାପମାତ୍ରା ରେକର୍ଡ ହୋଇଛି । ଝାରସୁଗୁଡ଼ା ୪୨.୬ ଏବଂ ବାଲେଶ୍ୱର ୪୨.୨ ଡିଗ୍ରୀ ତାପମାତ୍ରା ରହିଛି । ସାରା ରାଜ୍ୟ ଟକମକ ଖରାରେ ଫୁଟୁଥିବା ବେଳେ, ଆସନ୍ତା ୨୨ ତାରିଖ ଯାଏଁ ଏଭଳି ସ୍ଥିତି ଜାରି ରହିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।

ତାତି ସହ ଏଣିକି ବଢିବ ଗୁଳୁଗୁଳି । ଏଭଳି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ । ଆଜି ପାଇଁ ୨୪ଟି ଜିଲ୍ଲାକୁ ହିଟୱେଭ୍ ୱାର୍ଣ୍ଣିଂ ଜାରି କରାଯାଇଥିବା ବେଳେ ଆସନ୍ତାକାଲି ପାଇଁ ୪ ଜିଲ୍ଲାକୁ ଜାରି ହୋଇଛି ଅରେଞ୍ଜ ୱାର୍ଣ୍ଣିଂ । ଗତକାଲି ୪୩.୨ ଡିଗ୍ରୀ ସହ ତାଳଚେର ସବୁଠୁ ଉତ୍ତପ୍ତ ସ୍ଥାନ ପାଲଟିଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’