Masthead

ଆଜି ଦିନ ସାଢ଼େ ୨ଟାରେ ରାଜଧାନୀରେ ୪୩ ଡିଗ୍ରୀ ତାପମାତ୍ରା ପାର

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜି ଦିନ ସାଢ଼େ ୨ଟାରେ ରାଜଧାନୀରେ ୪୩ ଟପିଲା ପାରଦ । ଭୁବନେଶ୍ୱରରେ ୪୩.୬ ଡିଗ୍ରୀ ତାପମାତ୍ରା ରେକର୍ଡ ହୋଇଛି । ସେହିପରି ସମ୍ବଲପୁର ୪୧.୭, ହୀରାକୁଦ ୪୧.୪, ଚାନ୍ଦବାଲି ୪୧.୨, କେନ୍ଦୁଝର ୪୦.୯ ଏବଂ ରାଉରକେଲା ୪୦.୨ ଡିଗ୍ରୀ ତାପମାତ୍ରା ରେକର୍ଡ ହୋଇଛି । ଝାରସୁଗୁଡ଼ା ୪୨.୬ ଏବଂ ବାଲେଶ୍ୱର ୪୨.୨ ଡିଗ୍ରୀ ତାପମାତ୍ରା ରହିଛି । ସାରା ରାଜ୍ୟ ଟକମକ ଖରାରେ ଫୁଟୁଥିବା ବେଳେ, ଆସନ୍ତା ୨୨ ତାରିଖ ଯାଏଁ ଏଭଳି ସ୍ଥିତି ଜାରି ରହିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।

ତାତି ସହ ଏଣିକି ବଢିବ ଗୁଳୁଗୁଳି । ଏଭଳି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ । ଆଜି ପାଇଁ ୨୪ଟି ଜିଲ୍ଲାକୁ ହିଟୱେଭ୍ ୱାର୍ଣ୍ଣିଂ ଜାରି କରାଯାଇଥିବା ବେଳେ ଆସନ୍ତାକାଲି ପାଇଁ ୪ ଜିଲ୍ଲାକୁ ଜାରି ହୋଇଛି ଅରେଞ୍ଜ ୱାର୍ଣ୍ଣିଂ । ଗତକାଲି ୪୩.୨ ଡିଗ୍ରୀ ସହ ତାଳଚେର ସବୁଠୁ ଉତ୍ତପ୍ତ ସ୍ଥାନ ପାଲଟିଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ