Masthead

ଉମରକୋଟରେ ୧୨ ଘଣ୍ଟିଆ ବନ୍ଦ ପାଳନ

ନବରଙ୍ଗପୁର(ବଡ଼ ଖବର ବ୍ୟୁରୋ): ଆଜି ନବରଙ୍ଗପୁର ଜିଲ୍ଲାର ୪ଟି ବ୍ଲକରେ ବନ୍ଦ ପାଳନ ହେଉଛି । ସଂଗ୍ରାମୀ ମଞ୍ଚ ପକ୍ଷରୁ ବନ୍ଦ ଡାକରା ହେଉଥିବା ବେଳେ ସମର୍ଥନ ଦେଇଛି କଂଗ୍ରେସ। ଭୂ-ବନ୍ଦୋବସ୍ତ, ମେଡିକାଲ କଲେଜ, ଧାନ ମଣ୍ଡି ସମସ୍ୟା, ମକାର ଅଭାବୀ ବିକ୍ରି ଭଳି ସମସ୍ୟାର ସମାଧାନ ପାଇଁ ଗର୍ଜିଛି ଉମରକୋଟ ସଂଗ୍ରାମ ମଞ୍ଚ। ସରକାରୀ ଅବହେଳା ଓ ଦୀର୍ଘ ଦିନର ଦାବି ପୂରଣ ନହେବାରୁ ଏବେ ଆନ୍ଦୋଳନ ପଥକୁ ଓହ୍ଲାଇଛି ମଞ୍ଚ । ଆଜି ଉମରକୋଟ, ରାଇଘର, ଝରିଗାଁ ଏବଂ ଚାନ୍ଦାହାଣ୍ଡି ବ୍ଲକକୁ ସମ୍ପୂର୍ଣ୍ଣ ଅଖ ଚକ ବନ୍ଦ ଡାକରା ଦିଆଯାଇଛି।

୧୯୫୬ ମସିହା ପରଠାରୁ ଉମରକୋଟ ଅଞ୍ଚଳରେ ହୋଇନାହିଁ ଭୁ ବନ୍ଦୋବସ୍ତ। ସ୍ୱାଧୀନତାର ୭ ଦଶନ୍ଧି ପରେ ବି ଲୋକେ ନିଜ ଜମିର ପଟ୍ଟା ପାଇବାରୁ ବଞ୍ଚିତ । ଉମରକୋଟକୁ ସବ୍-ଡିଭିଜନ ମାନ୍ୟତା ଦିଆ ହୋଇଛି କିନ୍ତୁ ସରକାରୀ ଅଧିକାରୀ ନିଯୁକ୍ତି ହୋଇନାହାନ୍ତି। ପ୍ରସ୍ତାବିତ ମେଡିକାଲ କଲେଜକୁ ଉମରକୋଟ ରେ ସ୍ଥାପନ ପାଇଁ ଦାବି ଜୋର ଧରିଛି। ସେହିପରି ମକା ଚାଷୀଙ୍କ ପାଇଁ କୌଣସି ସୁବିଧା ନଥିବା ବେଳେ, ଅଞ୍ଚଳରେ ଏକ ମକା ପ୍ରକ୍ରିୟାକରଣ ୟୁନିଟ୍ ସ୍ଥାପନ ପାଇଁ ସଂଗ୍ରାମ ମଞ୍ଚ ଦାବି କରିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭାରତ ସହ ଟି-୨୦ ବିଶ୍ବକପ୍ ଖେଳିବ ପାକିସ୍ତାନ 🔴 ବୁଧବାର ମହାପ୍ରଭୁଙ୍କ ବନକଲାଗି ନୀତି 🔴 ଉମରକୋଟରେ ୧୨ ଘଣ୍ଟିଆ ବନ୍ଦ ପାଳନ 🔴 ରାଜଧାନୀରେ ଦୁର୍ଘଟଣା, ବ୍ରିଜ୍ ତଳକୁ ଖସି ଘର ଉପରେ ପଡ଼ିଲା କାର 🔴 ପାହାଡ଼ ଚଢିଲେ ଜିଲ୍ଲାପାଳ, ଉପରୁ ତଳକୁ ଆସିବେ ୮ ପରିବାର 🔴 ୪ ଭାରତୀୟ ଡାକ୍ତରୀ ଛାତ୍ରଙ୍କୁ ଛୁରାମାଡ଼ 🔴 ରାତିରେ ପାରଦ ଖସୁଛି 🔴 ଆଜିଠାରୁ ପୁରୁଷ ଟ୍ବେଣ୍ଟି-୨୦ ବିଶ୍ବକପ୍‌ 🔴 ଶିମିଳିପାଳ ଅଭୟାରଣ୍ୟ ବୁଲିବେ ରାଷ୍ଟ୍ରପତି 🔴 ଟପ୍ କମାଣ୍ଡର ଉଧମ ସିଂହ ନିହତ 🔴 ଭାରତ ସହ ଟି-୨୦ ବିଶ୍ବକପ୍ ଖେଳିବ ପାକିସ୍ତାନ 🔴 ବୁଧବାର ମହାପ୍ରଭୁଙ୍କ ବନକଲାଗି ନୀତି 🔴 ଉମରକୋଟରେ ୧୨ ଘଣ୍ଟିଆ ବନ୍ଦ ପାଳନ 🔴 ରାଜଧାନୀରେ ଦୁର୍ଘଟଣା, ବ୍ରିଜ୍ ତଳକୁ ଖସି ଘର ଉପରେ ପଡ଼ିଲା କାର 🔴 ପାହାଡ଼ ଚଢିଲେ ଜିଲ୍ଲାପାଳ, ଉପରୁ ତଳକୁ ଆସିବେ ୮ ପରିବାର 🔴 ୪ ଭାରତୀୟ ଡାକ୍ତରୀ ଛାତ୍ରଙ୍କୁ ଛୁରାମାଡ଼ 🔴 ରାତିରେ ପାରଦ ଖସୁଛି 🔴 ଆଜିଠାରୁ ପୁରୁଷ ଟ୍ବେଣ୍ଟି-୨୦ ବିଶ୍ବକପ୍‌ 🔴 ଶିମିଳିପାଳ ଅଭୟାରଣ୍ୟ ବୁଲିବେ ରାଷ୍ଟ୍ରପତି 🔴 ଟପ୍ କମାଣ୍ଡର ଉଧମ ସିଂହ ନିହତ