Masthead

କଂଗ୍ରେସକୁ ବଡ ଝଟକା, ଇସ୍ତଫା ଦେଲେ ପୂର୍ବତନ ସାଂସଦ ମିଲିନ୍ଦ ଦେଓରା

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ଭାରତ ଯୋଡୋ ନ୍ୟାୟ ଯାତ୍ରା ପୂର୍ବରୁ କଂଗ୍ରେସକୁ ଲାଗିଛି ବଡ ଝଟକା । କଂଗ୍ରେସରୁ ଇସ୍ତଫା ଦେଲେ ପୂର୍ବତନ ସାଂସଦ ମିଲିନ୍ଦ ଦେଓରା । କଂଗ୍ରେସ ସହ ୫୫ ବର୍ଷର ପାରିବାରିକ ସମ୍ପର୍କ ଛିନ୍ନ ହେଲା କହିଲେ ମିଲିନ୍ଦ । ସୋସିଆଲ ମିଡିଆ ଏକ୍ସ ଜରିଆରେ ଦେଲେ ସୂଚନା । ପୂର୍ବରୁ ଚର୍ଚ୍ଚା ହେଉଥିଲା ଯେ, ସେ କଂଗ୍ରେସ ଛାଡି ମହାରାଷ୍ଟ୍ର ଏକନାଥଙ୍କ ନେତୃତ୍ୱାଧିନ ଶିବସେନାରେ ସାମିଲ ହୋଇପାରନ୍ତି । କିନ୍ତୁ ଦିନକ ପୂର୍ବର ସେ ଏହି ଚର୍ଚ୍ଚାକୁ ପ୍ରତ୍ୟାକ୍ଷାନ କରିଥିଲେ । ଦଳରୁ ଇସ୍ତଫା ଦେବା ସହ ଟ୍ୱିଟର ଏକ୍ସରେ ମଧ୍ୟ ନିଜର ମନ୍ତବ୍ୟକୁ ପ୍ରକାଶ କରିଛନ୍ତି । ମିଲିନ୍ଦ ଲେଖିଛନ୍ତି , ‘ମୋ ରାଜନୈତିକ ଯାତ୍ରାର ମହତ୍ୱପୂର୍ଣ୍ଣ ଅଧ୍ୟାୟର ଶେଷ ହୋଇଛି ।

ମୁଁ କଂଗ୍ରେସର ପ୍ରାଥମିକ ସଦସ୍ୟତାରୁ ମଧ୍ୟ ଇସ୍ତଫା ଦେଇଦେଇଛି । ପାର୍ଟି ସହ ମୋ ପରିବାରର ଦୀର୍ଘ ୫୫ ବର୍ଷର ସମ୍ପର୍କ ମଧ୍ୟ ଶେଷ ହୋଇଛି । ବର୍ଷ ବର୍ଷ ଧରି ଦଳୀୟ ନେତା ଓ ସମର୍ଥକଙ୍କ ସମର୍ଥନ ଓ ସହଯୋଗ ପାଇଁ କୃତଜ୍ଞତା ଜଣାଉଛି’।  ମିଲିନ୍ଦ ଦେଓରା ହେଉଛନ୍ତି କଂଗ୍ରେସର ଅନ୍ୟତମ ଜଣାଶୁଣା ନେତା ସ୍ୱର୍ଗତଃ ମୂରଲୀ ଦେଓରାଙ୍କ ପୁଅ। ମିଲିନ୍ଦ ଦେଓରା ୨୦୦୪ ଓ ୨୦୦୯ ଲୋକସଭା ନିର୍ବାଚନରେ କଂଗ୍ରେସ ଟିକେଟରେ ମୁମ୍ବାଇ ସାଉଥ୍ ଆସନରୁ ବିଜୟୀ ହୋଇଥିଲେ। ୨୦୧୪ ଓ ୨୦୧୯ରେ ସେ ଏହି ଆସନରୁ ପରାଜିତ ହୋଇଥିଲେ। ଏହି ଦୁଇ ଥର ସେ ଶିବ ସେନା ନେତା ଅରବିନ୍ଦ ସାୱନ୍ତଙ୍କ ନିକଟରୁ ପରାସ୍ତ ହୋଇଥିଲେ। ଶିବ ସେନା ଭାଗ ହେବା ପରେ ଅରବିନ୍ଦ ସାୱନ୍ତ ରହିଛନ୍ତି ଉଦ୍ଧବ ଠାକରେଙ୍କ ସହିତ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା