Masthead

କପି କଲେ ୫ ବର୍ଷ ଜେଲ୍ , ୧୦ ଲକ୍ଷ ଜରିମାନା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):  ମାଟ୍ରିକ ଓ ଯୁକ୍ତ ଦୁଇ ପରୀକ୍ଷାରେ କପି କଲେ ୫ ବର୍ଷ ଜେଲ୍ , ୧୦ ଲକ୍ଷ ଜରିମାନା । ଆସନ୍ତା ଫେବୃଆରୀ ୧୮ରୁ ଯୁକ୍ତ ଦୁଇ ଏବଂ ଫେବୃଆରୀ ୧୯ରୁ ମାଟ୍ରିକ ପରୀକ୍ଷା ଆରମ୍ଭ ହେବ । ଏହି ପରୀକ୍ଷାକୁ ସ୍ୱଚ୍ଛ ଓ କପିମୁକ୍ତ କରିବା ପାଇଁ ରାଜ୍ୟ ସରକାର ଓ ଶିକ୍ଷା ପରିଷଦ ପକ୍ଷରୁ କଡ଼ା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି । କପି ରୋକିବା ପାଇଁ ପ୍ରଥମ ଥର ପରୀକ୍ଷା କେନ୍ଦ୍ରଗୁଡ଼ିକରେ ଏଆଇ କ୍ୟାମେରା ବ୍ୟବହାର କରାଯିବ । ପ୍ରଶ୍ନପତ୍ରରେ କ୍ୟୁଆର କୋଡ୍ ରହିବ, ଯାହା ମାଧ୍ୟମରେ ପ୍ରଶ୍ନପତ୍ରର ସତ୍ୟତା ଯାଞ୍ଚ କରାଯିବ ।

ମାଧ୍ୟମିକ ଓ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ସ୍ପଷ୍ଟ କରିଛନ୍ତି ଯେ, ପରୀକ୍ଷା ସମୟରେ କପି କିମ୍ବା କପିରେ ସାହାଯ୍ୟ କଲେ ୫ ବର୍ଷ ଜେଲ୍ ଦଣ୍ଡ ଏବଂ ୧୦ ଲକ୍ଷ ଟଙ୍କା ଜରିମାନା ହୋଇପାରେ । ଚଳିତ ବର୍ଷ ଓଡ଼ିଶାରେ ପ୍ରାୟ ୯ ଲକ୍ଷରୁ ଅଧିକ ଛାତ୍ରଛାତ୍ରୀ ମାଟ୍ରିକ ଓ ଯୁକ୍ତ ଦୁଇ ପରୀକ୍ଷା ଦେବାକୁ ଯାଉଛନ୍ତି । ସମଗ୍ର ପରୀକ୍ଷା କେନ୍ଦ୍ରକୁ ଏଆଇ କ୍ୟାମେରା ମାଧ୍ୟମରେ ନଜର ରଖାଯିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ପରୀକ୍ଷାକୁ ଯାଉଥିବା କଲେଜ ଛାତ୍ରୀଙ୍କୁ ବ୍ଲେଡ୍‌ରେ ଆକ୍ରମଣ 🔴 ଇରାନ୍ ନେଉଛି ଭୟଙ୍କର ପ୍ରତିଶୋଧ, ଟାର୍ଗେଟରେ ତୈଳକ୍ଷେତ୍ର 🔴 ଓଡ଼ିଶା ଆସୁଛନ୍ତି ଅମିତ୍ ଶାହା 🔴 ସୁଖୋଇ-୩୦ ଯୁଦ୍ଧ ବିମାନ ଦୁର୍ଘଟଣାଗ୍ରସ୍ତ 🔴 ଟି-୨୦ ବିଶ୍ୱକପ, ମୁହାଁମୁହିଁ ହେବେ ଭାରତ ଓ ଇଂଲଣ୍ଡ 🔴 ରାଜ୍ୟସଭା ପାଇଁ ଆଜି ନାମାଙ୍କନ 🔴 ଓଡ଼ିଶା ଆସୁଛନ୍ତି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ 🔴 ମୋଜତାବା ଖାମେନି ଇରାନର ସର୍ବୋଚ୍ଚ ନେତା 🔴 ଇରାନ-ଆମେରିକା ମହାଯୁଦ୍ଧ, ମୃତ୍ୟୁ ସଂଖ୍ୟା ୧୦୦୦ ଅତିକ୍ରମ 🔴 ଦିଲ୍ଲୀପ ହେଲେ ପ୍ରାର୍ଥୀ, ନବୀନଙ୍କୁ ପଡିବ ମହଙ୍ଗା 🔴 ପରୀକ୍ଷାକୁ ଯାଉଥିବା କଲେଜ ଛାତ୍ରୀଙ୍କୁ ବ୍ଲେଡ୍‌ରେ ଆକ୍ରମଣ 🔴 ଇରାନ୍ ନେଉଛି ଭୟଙ୍କର ପ୍ରତିଶୋଧ, ଟାର୍ଗେଟରେ ତୈଳକ୍ଷେତ୍ର 🔴 ଓଡ଼ିଶା ଆସୁଛନ୍ତି ଅମିତ୍ ଶାହା 🔴 ସୁଖୋଇ-୩୦ ଯୁଦ୍ଧ ବିମାନ ଦୁର୍ଘଟଣାଗ୍ରସ୍ତ 🔴 ଟି-୨୦ ବିଶ୍ୱକପ, ମୁହାଁମୁହିଁ ହେବେ ଭାରତ ଓ ଇଂଲଣ୍ଡ 🔴 ରାଜ୍ୟସଭା ପାଇଁ ଆଜି ନାମାଙ୍କନ 🔴 ଓଡ଼ିଶା ଆସୁଛନ୍ତି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ 🔴 ମୋଜତାବା ଖାମେନି ଇରାନର ସର୍ବୋଚ୍ଚ ନେତା 🔴 ଇରାନ-ଆମେରିକା ମହାଯୁଦ୍ଧ, ମୃତ୍ୟୁ ସଂଖ୍ୟା ୧୦୦୦ ଅତିକ୍ରମ 🔴 ଦିଲ୍ଲୀପ ହେଲେ ପ୍ରାର୍ଥୀ, ନବୀନଙ୍କୁ ପଡିବ ମହଙ୍ଗା