Masthead

କେନ୍ଦ୍ରାପଡ଼ାରେ ନାମାଙ୍କନ ଭରିଲେ ବିଜେଡି ଓ ବିଜେପିର ବିଧାୟକ ପ୍ରାର୍ଥୀ

କେନ୍ଦ୍ରାପଡ଼ା(ବଡ଼ ଖବର ବ୍ୟୁରୋ):ପାଟକୁରା ପାଇଁ ବିଜେଡି ପ୍ରାର୍ଥୀ ଅରବିନ୍ଦ ମହାପାତ୍ର ନାମାଙ୍କନ ପତ୍ର ଦାଖଲ କରିଛନ୍ତି । ସେହିପରି କେନ୍ଦ୍ରାପଡ଼ା ନିର୍ବାଚନ ମଣ୍ଡଳୀ ପାଇଁ ବିଜେଡି ପ୍ରାର୍ଥୀ ତଥା ପୂର୍ବତନ ମନ୍ତ୍ରୀ ଗଣେଶ୍ଵର ବେହେରା ନିଜ ସମର୍ଥକଙ୍କ ସହ ଆସି ନାମାଙ୍କନ ପତ୍ର ଦାଖଲ କରିଛନ୍ତି । ବିଜେପି ସାଂସଦ ପ୍ରାର୍ଥୀ ବୈଜୟନ୍ତ ପଣ୍ଡା ମଧ୍ୟ ନିଜର ସମର୍ଥକ ମାନଙ୍କୁ ଧରି ଆସି ନାମାଙ୍କନ ପତ୍ର ଦାଖଲ କରିଛନ୍ତି । ସେହିପରି କେନ୍ଦ୍ରାପଡ଼ା ବିଜେଡି ସାଂସଦ ପ୍ରାର୍ଥୀ ଅଂଶୁମାନ ମହାନ୍ତି ଆଜି ନିଜ ସମର୍ଥକ ମାନଙ୍କ ସହିତ ଆସି ନାମାଙ୍କନ ପତ୍ର ଦାଖଲ କରିଛନ୍ତି । ସେହିପରି ମହାକାଳପଡା ବିଜେଡି ବିଧାୟକ ପ୍ରାର୍ଥୀ ଅତନୁ ସବ୍ୟସାଚି ନାୟକ ଓ ପାଟକୁରା କଂଗ୍ରେସ ବିଧାୟକ ପ୍ରାର୍ଥୀ ରତିକାନ୍ତ କାନୁନଗୋ ମଧ୍ୟ ନିଜର ସମର୍ଥକ ମାନଙ୍କ ସହ ଆସି ନାମାଙ୍କନ ପତ୍ର ଦାଖଲ କରିଛନ୍ତି । ତେବେ ନାମାଙ୍କନ ପତ୍ର ଦାଖଲ କରିବା ପରେ ସମସ୍ତେ ନିଜ ନିଜର ପ୍ରତିକ୍ରିୟାରେ କେନ୍ଦ୍ରାପଡ଼ାର ବିକାଶ କଥା କହିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ