Masthead

ଜିତୁ ଜିତୁ ମନ୍ତ୍ରୀ ହୋଇପାରନ୍ତି ଦୀପାଲି

ଭୁବନେଶ୍ୱର: କାଲି ଝାରସୁଗୁଡ଼ା ଫଳ ଆସିବ । ନବୀନ ଦିଲ୍ଲୀରେ । କାଲି ଫେରିବେ । ତାହା ପୂର୍ବରୁ ମନ୍ତ୍ରିମଣ୍ଡଳରେ ଅଦଳବଦଳ ଖବର । ଦୁଇ ମନ୍ତ୍ରୀ ଇସ୍ତଫା ଦେଇସାରିଲେଣି । ବାଚସ୍ପତି ବି ପଦ ଛାଡ଼ିସାରିଲେଣି । ତେବେ ସବୁଠି ଚର୍ଚ୍ଚା, ଦୀପାଲି ଜିତିଲେ ମନ୍ତ୍ରୀ ହେବେ । ସ୍ୱର୍ଗତଃ ମନ୍ତ୍ରୀ ନବ ଦାସଙ୍କ ହତ୍ୟା ପେର ଉପନିର୍ବାଚନରେ ତାଙ୍କ ଝିଅ ଦୀପାଲି ପ୍ରାର୍ଥୀ ହୋଇଛନ୍ତି । ଯାହା ଆକଳନ ହେଉଛି ସେ ବଡ଼ ମାର୍ଜିନରେ ଜିତିବେ । ନବ ଦାସଙ୍କ ଦେହାନ୍ତ ପରେ ନିରଂଜନ ପୂଜାରୀଙ୍କୁ ଅତିରିକ୍ତ ଭାବେ ସ୍ୱାସ୍ଥ୍ୟ ବିଭାଗ ସମ୍ଭାଳୁଛନ୍ତି । ତେବେ ଦୀପାଲି ଜିତିଲେ ମୁଖ୍ୟମନ୍ତ୍ରୀ ତାଙ୍କୁ ମନ୍ତ୍ରିମଣ୍ଡଳରେ ସ୍ଥାନ ଦେଇ ନବଙ୍କୁ ଶ୍ରଦ୍ଧାଞ୍ଜଳି ଜଣାବେ ବୋଲି ଚର୍ଚ୍ଚା ହେଉଛି । ତାଙ୍କୁ ସମୀରଙ୍କ ଜାଗାରେ ଗଣଶିକ୍ଷା ବିଭାଗ ମିଳିପାରେ ବୋଲି କୁହାଯାଉଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ