Masthead

ଦେବଭୂମିରେ ମୋଦିଙ୍କ ପୂଜାର୍ଚ୍ଚନା

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ଦିନକିଆ ଉତ୍ତରାଖଣ୍ଡ ଗସ୍ତରେ ପ୍ରଧାନ ମନ୍ତ୍ରୀ ନରେନ୍ଦ୍ର ମୋଦି । ସେଠାରେ ପହଞ୍ଚି ସେ ପ୍ରଥମେ ପିଥୋରଗଡରେ ଥିବା ପାର୍ବତୀ କଣ୍ଡରେ ପୂଜାର୍ଚ୍ଚନା କରିଛନ୍ତି । ଆଜି ସକାଳ ସମୟରେ ମୋଦି ପିଥୋରଗଡ଼ରେ ପହଞ୍ଚିଥିଲେ । ସର୍ବଦା ପୋଷାକ ପାଇଁ ଚର୍ଚ୍ଚାକୁ ଆସୁଥିବା ମୋଦି ଆଜି ମଧ୍ୟ ଆଧ୍ୟାତ୍ମିକ ପୋଷାକ ପରିଧାନ କରି ପାର୍ବତି କୁଣ୍ଡରେ ପ୍ରାର୍ଥନା କରିଛନ୍ତି । ନିଜେ ଶଙ୍ଖ ଫୁଙ୍ଖିବା ସହ ଡମ୍ବରୁ ବଜାଇ ମୋଦି କରିଥିଲେ ପ୍ରାର୍ଥନା । ପ୍ରଧାନମନ୍ତ୍ରୀଙ୍କ ସହ ଉତ୍ତରାଖଣ୍ଡର ମୁଖ୍ୟମନ୍ତ୍ରୀ ପୁଷ୍ପକ ସିଂହ ଧାମି ମଧ୍ୟ ସେଠାରେ ଉପସ୍ଥିତ ଥିଲେ । ପ୍ରାକୃତିକ ସୌନ୍ଦର୍ଯ୍ୟ ପାଇଁ ପ୍ରସିଦ୍ଧ ଦେବଭୂମି ଉତ୍ତରାଖଣ୍ଡକୁ ଆଜି ୪୨ ଶହ କୋଟି ଟଙ୍କାର ପ୍ରକଳ୍ପ ଭେଟି ଦେବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ