Masthead

ଧାନ ଏମଏସପି ୬୯ ଟଙ୍କା ବୃଦ୍ଧି

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ):  କ୍ୟାବିନେଟର ବଡ଼ ନିଷ୍ପତ୍ତି । ବଢିଲା ଧାନର ଏମଏସପି । ଖରିଫ୍ ଫସଲର ଏମଏସପି ବୃଦ୍ଧି କଲେ କେନ୍ଦ୍ର ସରକାର । ଏବେ ଧାନ କ୍ୱିଣ୍ଟାଲକୁ ମିିଳିବ ୨୩୬୯ ଟଙ୍କା ।ବୁଧବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ କେନ୍ଦ୍ର କ୍ୟାବିନେଟ ବୈଠକ ବସିଥିଲା । ଚାଷୀମାନଙ୍କର ସୁବିଧା ପାଇଁ ୧୪ଟି ଖରିଫ୍ ଫସଲର ଏମଏସପିକୁ ବୃଦ୍ଧି କରାଯାଇଛି । ଧାନର ଏମଏସପି ଗତବର୍ଷ ତୁଳନାରେ କ୍ୱିଣ୍ଟାଲ ପିଛା ୬୯ ଟଙ୍କାକୁ ବୃଦ୍ଧି ପାଇଛି । ଯାହାଫଳରେ ଧାନ କ୍ୱିଣ୍ଟାଲ ପିଛା ୨୩୬୯ ଟଙ୍କା ମିଳିବ । ଗ୍ରେଡ୍ ଏ’ ଧାନ କ୍ୱିଣ୍ଟାଲ ପିଛା ୨୩୮୯ ଟଙ୍କା ଧାର୍ଯ୍ୟ କରାଯାଇଛି । ସେହିପରି ଜୱାର କ୍ୱିଣ୍ଟାଲ ପିଛା ୩୨୮ ଟଙ୍କା, ବାଜରା ୧୫୦, ରାଗି ୫୬୯, ହରଡ଼ ଡାଲି ୪୫୦ ଟଙ୍କା, ମୁଗ ଡାଲି ଏମଏସପି ୬୮, ବାଦାମ ୪୮୦, ସୂର୍ଯ୍ୟମୁଖୀ ୪୪୧, ସୋୟାବିନ ୪୩୬ ଟଙ୍କା ବୃଦ୍ଧିକୁ ଅନୁମୋଦନ ମିଳିଛି । ଏଥିପାଇଁ ସରକାର ୨ ଲକ୍ଷ ୭ ହଜାର କୋଟି ଟଙ୍କା ନିବେଷ କରିବେ ବୋଲି ଧାର୍ଯ୍ୟ କରିଛନ୍ତି ।

କ୍ୟାବିନେଟ ନିଷ୍ପତ୍ତି ସମ୍ପର୍କରେ କେନ୍ଦ୍ର ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ କହିଛନ୍ତି ଚାଷୀଙ୍କ ପାଇଁ ସୁଧ ଛାଡ଼ ବଜାୟ ରହିବ । ଏଥିପାଇଁ ୧୫ ହଜାର ୬୪୨ କୋଟି ଟଙ୍କା ବ୍ୟୟ ହେବ । ଏବଂ କିଷାନ କ୍ରେଡ଼ିଟ୍ କାର୍ଡ ଉପରେ ୪ ପ୍ରତିଶତ ସୁଧରେ ୨ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଋଣ ଯୋଗାଇବା ପାଇଁ ବ୍ୟବସ୍ଥା କରାଯାଇଛି । ତେବେ ସରକାରଙ୍କ ଏହି ନିୟମ ଚଳିତବର୍ଷ ୨୦୨୫-୨୬ରୁ ଲାଗୁହେବ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩ ଦିନ ଯାଏଁ ଭୀଷଣ ଗୁଳୁଗୁଳି 🔴 ଭାରତକୁ ପାକିସ୍ତାନର ୪ଟି ଚିଠି 🔴 କରୋନାର ଲକ୍ଷଣ ଥିଲେ ରଥଯାତ୍ରାକୁ ନଯିବାକୁ ଅନୁରୋଧ 🔴 ପ୍ରଧାନମନ୍ତ୍ରୀଙ୍କୁ ଜି-୭ ଶିଖର ସମ୍ମିଳନୀ ପାଇଁ ନିମନ୍ତ୍ରଣ 🔴 ରାଜ୍ୟରେ ପୁଣି ୭ ନୂଆ କରୋନା ପଜିଟିଭ୍ 🔴 କୃଷି ଓ ଖାଦ୍ୟ କ୍ଷେତ୍ରରେ ଭାରତ-ଇଟାଲୀର ସହଭାଗିତା 🔴 ‘ଇନସାନିୟତ’ ଓ ‘କାଶ୍ମୀରିୟତ’ ଉପରେ ଆକ୍ରମଣ 🔴 ହ୍ରାସ ପାଇଲା ରେପୋ ରେଟ୍ 🔴 ନିଟ୍ ପିଜି ପରୀକ୍ଷାକୁ ନେଇ ବଡ ଖବର 🔴 ବିଶ୍ୱର ସର୍ବୋଚ୍ଚ ଚେନାବ ସେତୁର ଲୋକାର୍ପଣ 🔴 ୩ ଦିନ ଯାଏଁ ଭୀଷଣ ଗୁଳୁଗୁଳି 🔴 ଭାରତକୁ ପାକିସ୍ତାନର ୪ଟି ଚିଠି 🔴 କରୋନାର ଲକ୍ଷଣ ଥିଲେ ରଥଯାତ୍ରାକୁ ନଯିବାକୁ ଅନୁରୋଧ 🔴 ପ୍ରଧାନମନ୍ତ୍ରୀଙ୍କୁ ଜି-୭ ଶିଖର ସମ୍ମିଳନୀ ପାଇଁ ନିମନ୍ତ୍ରଣ 🔴 ରାଜ୍ୟରେ ପୁଣି ୭ ନୂଆ କରୋନା ପଜିଟିଭ୍ 🔴 କୃଷି ଓ ଖାଦ୍ୟ କ୍ଷେତ୍ରରେ ଭାରତ-ଇଟାଲୀର ସହଭାଗିତା 🔴 ‘ଇନସାନିୟତ’ ଓ ‘କାଶ୍ମୀରିୟତ’ ଉପରେ ଆକ୍ରମଣ 🔴 ହ୍ରାସ ପାଇଲା ରେପୋ ରେଟ୍ 🔴 ନିଟ୍ ପିଜି ପରୀକ୍ଷାକୁ ନେଇ ବଡ ଖବର 🔴 ବିଶ୍ୱର ସର୍ବୋଚ୍ଚ ଚେନାବ ସେତୁର ଲୋକାର୍ପଣ