ପ୍ରଚାର ପାଇଁ ଜେଲରୁ ଆସିପାରିବେ ନାହିଁ ସୋରେନ୍

ଝାଡଖଣ୍ଡର (ବଡ଼ ଖବର ବ୍ୟୁରୋ): ହେମନ୍ତ ସେରେନ କୁ ଝଟ୍କା । ମେ’୬କୁ ଘୁଞ୍ଚିଲା ଅନ୍ତରୀଣ ଜାମିନ୍ ଆବେଦନ ଉପରେ ଶୁଣାଣି । ଝାଡଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ ଇଡିର ଗିରଫଦାରୀକୁ ବିରୋଧ କରି ସୁପ୍ରିମକୋର୍ଟରେ ଅନ୍ତରୀଣ ଜାମିନ୍ ପାଇଁ ଆବେଦନ କରିଥିଲେ । ଆଜି ଏହି ଆବେଦନକୁ ନେଇ ସୁପ୍ରିମକୋର୍ଟ ପକ୍ଷରୁ ଏକ ବିଜ୍ଞପ୍ତି ପ୍ରକାଶ ପାଇଛି । ଏଥିରେ ଆବେଦନର ଶୁଣାଣି ମେ’ ୬ରେ ହେବ ବୋଲି ଜଣାପଡିଛି । ଜମି ଦୁର୍ନୀତି ମାମଲାରେ ଗିରଫ ହୋଇଥିବା ହେମନ୍ତ ସୋରେନ ନିଜ ଆବେଦନରେ ଲେଖିଥିଲେ ଯେ, ନିର୍ବାଚନ ସମୟରେ ପ୍ରଚାର ପାଇଁ ତାଙ୍କୁ ଜେଲରୁ ବାହାରକୁ ଯିବା ଜରୁରୀ । ଝାଡଖଣ୍ଡ ହାଇକୋର୍ଟ ଏହି ଆବେଦନ ଉପ‌ରେ ଶୁଣାଣି ନକରି ଫେବ୍ରୁଆରି ୨୮ରୁ ରାୟ ସଂରକ୍ଷିତ ରଖିଛନ୍ତି । ତେଣୁ ମୁଁ ସୁପ୍ରିମକୋର୍ଟ ଆସିଛି । ଆବେଦନର ଶୁଣାଣି କରୁଥିବା ଜଷ୍ଟିସ୍ ସଞ୍ଜୀବ ଖାନ୍ନା ଓ ଜଷ୍ଟିସ ଦିପଙ୍କର ଦତ୍ତାଙ୍କ ଖଣ୍ଡପୀଠ ମେ’ ୬ରେ ଆଗାମୀ ଶୁଣାଣି କରିବାକୁ ସୁପ୍ରିମକୋର୍ଟ ତାରିଖ ଧାର୍ୟ୍ୟ କରିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ