Masthead

ପ୍ରଚାର ପାଇଁ ଜେଲରୁ ଆସିପାରିବେ ନାହିଁ ସୋରେନ୍

ଝାଡଖଣ୍ଡର (ବଡ଼ ଖବର ବ୍ୟୁରୋ): ହେମନ୍ତ ସେରେନ କୁ ଝଟ୍କା । ମେ’୬କୁ ଘୁଞ୍ଚିଲା ଅନ୍ତରୀଣ ଜାମିନ୍ ଆବେଦନ ଉପରେ ଶୁଣାଣି । ଝାଡଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ ଇଡିର ଗିରଫଦାରୀକୁ ବିରୋଧ କରି ସୁପ୍ରିମକୋର୍ଟରେ ଅନ୍ତରୀଣ ଜାମିନ୍ ପାଇଁ ଆବେଦନ କରିଥିଲେ । ଆଜି ଏହି ଆବେଦନକୁ ନେଇ ସୁପ୍ରିମକୋର୍ଟ ପକ୍ଷରୁ ଏକ ବିଜ୍ଞପ୍ତି ପ୍ରକାଶ ପାଇଛି । ଏଥିରେ ଆବେଦନର ଶୁଣାଣି ମେ’ ୬ରେ ହେବ ବୋଲି ଜଣାପଡିଛି । ଜମି ଦୁର୍ନୀତି ମାମଲାରେ ଗିରଫ ହୋଇଥିବା ହେମନ୍ତ ସୋରେନ ନିଜ ଆବେଦନରେ ଲେଖିଥିଲେ ଯେ, ନିର୍ବାଚନ ସମୟରେ ପ୍ରଚାର ପାଇଁ ତାଙ୍କୁ ଜେଲରୁ ବାହାରକୁ ଯିବା ଜରୁରୀ । ଝାଡଖଣ୍ଡ ହାଇକୋର୍ଟ ଏହି ଆବେଦନ ଉପ‌ରେ ଶୁଣାଣି ନକରି ଫେବ୍ରୁଆରି ୨୮ରୁ ରାୟ ସଂରକ୍ଷିତ ରଖିଛନ୍ତି । ତେଣୁ ମୁଁ ସୁପ୍ରିମକୋର୍ଟ ଆସିଛି । ଆବେଦନର ଶୁଣାଣି କରୁଥିବା ଜଷ୍ଟିସ୍ ସଞ୍ଜୀବ ଖାନ୍ନା ଓ ଜଷ୍ଟିସ ଦିପଙ୍କର ଦତ୍ତାଙ୍କ ଖଣ୍ଡପୀଠ ମେ’ ୬ରେ ଆଗାମୀ ଶୁଣାଣି କରିବାକୁ ସୁପ୍ରିମକୋର୍ଟ ତାରିଖ ଧାର୍ୟ୍ୟ କରିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ