Masthead

ବଢୁଛି ହୀରାକୁଦ ଜଳସ୍ତର

ସମ୍ବଲପୁର(ବଡ଼ ଖବର ବ୍ୟୁରୋ):  ଲଘୁଚାପ ପ୍ରଭାବରେ ଉପରମୁଣ୍ଡରେ ପ୍ରବଳ ବର୍ଷା । ହୀରାକୁଦ ଜଳଭଣ୍ଡାରର ଜଳସ୍ତର ବଢୁଛି । ସକାଳ ୬ଟା ସୁଦ୍ଧା ୬୧୩ ଫୁଟରେ ପହଞ୍ଚିଛି ହୀରାକୁଦ ଜଳ ଭଣ୍ଡାରର ଜଳସ୍ତର । ପ୍ରତିସେକେଣ୍ଡରେ ୧ ଲକ୍ଷ ୪୦ ହଜାର ୫୭୫ କ୍ୟୁସେକ ଜଳ ଜଳଭଣ୍ଡାରକୁ ପ୍ରବେଶ କରୁଥିବା ବେଳେ ନିଷ୍କାସିତ ହେଉଛି ୪୦ ହଜାର ୨୭୦ କ୍ୟୁସେକ ଜଳ । ସେପଟେ ଆଉ ଦିନକ ପରେ ହୀରାକୁଦ ଛାଡ଼ିବ ବର୍ଷର ପ୍ରଥମ ବନ୍ୟାଜଳ । ଜୁଲାଇ ୨୩ରେ ଖୋଲିବ ହୀରାକୁଦ ଡ୍ୟାମର ଗେଟ୍ । ଆସନ୍ତା ରବିବାର ସକାଳ ୯ଟାରେ ପୂଜାର୍ଚ୍ଚନା ପରେ ଚଳିତବର୍ଷର ପ୍ରଥମ ବନ୍ୟାଜଳ ନିଷ୍କାସିତ ହେବ । ଏଥିପାଇଁ ସତର୍କତା ଜାରି କରିଛନ୍ତି ହୀରାକୁଦ ବନ୍ଧ କର୍ତ୍ତୃପକ୍ଷ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବିସ୍ଫୋରଣରୁ ଅଳ୍ପକେ ବର୍ତ୍ତିଲେ ଯବାନ 🔴 ପୀତବାସ ପଣ୍ଡା ହତ୍ୟା ମାମଲା, ରିମାଣ୍ଡରେ ଗଲେ ଅଭିଯୁକ୍ତ 🔴 ସୃଷ୍ଟି ହେଲା ଘୂର୍ଣ୍ଣିବଳୟ 🔴 ଆଜି ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ 🔴 ଆଜିଠୁ ବିହାରରେ ନୀତିଶ ରାଜ୍ 🔴 ଶପଥ ନେବେ ଜୟ 🔴 ବିହାରରେ ଆଜିଠୁ ପୁଣି ନୀତୀଶ ସରକାର 🔴 ପୁଣି ଆସୁଛି ବର୍ଷା 🔴 ୧୦ମ ଥର ପାଇଁ ମୁଖ୍ୟମନ୍ତ୍ରୀ ହେବେ ନୀତୀଶ କୁମାର 🔴 ‘ଅସ୍ତ୍ର ଛାଡି ଆତ୍ମସମର୍ପଣ କର’ 🔴 ବିସ୍ଫୋରଣରୁ ଅଳ୍ପକେ ବର୍ତ୍ତିଲେ ଯବାନ 🔴 ପୀତବାସ ପଣ୍ଡା ହତ୍ୟା ମାମଲା, ରିମାଣ୍ଡରେ ଗଲେ ଅଭିଯୁକ୍ତ 🔴 ସୃଷ୍ଟି ହେଲା ଘୂର୍ଣ୍ଣିବଳୟ 🔴 ଆଜି ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ 🔴 ଆଜିଠୁ ବିହାରରେ ନୀତିଶ ରାଜ୍ 🔴 ଶପଥ ନେବେ ଜୟ 🔴 ବିହାରରେ ଆଜିଠୁ ପୁଣି ନୀତୀଶ ସରକାର 🔴 ପୁଣି ଆସୁଛି ବର୍ଷା 🔴 ୧୦ମ ଥର ପାଇଁ ମୁଖ୍ୟମନ୍ତ୍ରୀ ହେବେ ନୀତୀଶ କୁମାର 🔴 ‘ଅସ୍ତ୍ର ଛାଡି ଆତ୍ମସମର୍ପଣ କର’