Masthead

ବର୍ଷା ର ପରିମାଣ କମିବ !

ଭୁବନେଶ୍ୱର : ଉତ୍ତର-ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପର ପ୍ରଭାବ ଆଉ ଓଡ଼ିଶା ଉପରେ ବେଶି ଦେଖାଦେବ ନାହିଁ। ଆଜିଠାରୁ ରାଜ୍ୟରେ ବର୍ଷାର ପରିମାଣ କମିଯିବ। ଲଘୁଚାପଟି ଛତିଶଗଡ଼ ଆଡ଼କୁ ମୁହାଁଇଥିବାରୁ କେବଳ ଝାରସୁଗୁଡ଼ା ଓ ସୁନ୍ଦରଗଡ଼ର କେତୋଟି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ। ରାଜ୍ୟରେ ଦୁର୍ବଳ ରହିଥିବା ମୌସୁମୀକୁ ଏହି ଲଘୁଚାପ ସକ୍ରିୟ କରିଦେଇଥିବାରୁ ଗୁରୁବାର ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ଲାଗି ରହିବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି।

ମୌସୁମୀ ଟ୍ରଫ୍‌ ଲାଇନ୍‌ ଏବେ ଅଜମୈର୍‌, ଜବଲପୁର, ଚମ୍ପା ଦେଇ ପୂର୍ବ-ଦକ୍ଷିଣପୂର୍ବ ଆଡ଼କୁ ଗତି କରି ଲଘୁଚାପର କେନ୍ଦ୍ର ମଧ୍ୟ ଦେଇ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ଉତ୍ତର ଉପକୂଳ ଓଡ଼ିଶା ଉପରେ ରହିଛି। ପ୍ରଭାବରେ ରାଜ୍ୟରେ ଏବେ ୨ରୁ ୩ ଦିନ ପର୍ଯ୍ୟନ୍ତ ଅଳ୍ପ ବହୁତ ବର୍ଷା ଲାଗି ରହିବ। ଅପରପକ୍ଷେ, ଗତ ୨୪ ଘଣ୍ଟା ମଧ୍ୟରେ ସାରା ଓଡ଼ିଶାରେ ସ୍ବଳ୍ପରୁ ମଧ୍ୟମଧରଣର ବର୍ଷା ହୋଇଯାଇଛି। ସୋନପୁରରେ ସର୍ବାଧିକ ବର୍ଷା ରେକର୍ଡ ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ