ବର୍ଷା ର ପରିମାଣ କମିବ !

ଭୁବନେଶ୍ୱର : ଉତ୍ତର-ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପର ପ୍ରଭାବ ଆଉ ଓଡ଼ିଶା ଉପରେ ବେଶି ଦେଖାଦେବ ନାହିଁ। ଆଜିଠାରୁ ରାଜ୍ୟରେ ବର୍ଷାର ପରିମାଣ କମିଯିବ। ଲଘୁଚାପଟି ଛତିଶଗଡ଼ ଆଡ଼କୁ ମୁହାଁଇଥିବାରୁ କେବଳ ଝାରସୁଗୁଡ଼ା ଓ ସୁନ୍ଦରଗଡ଼ର କେତୋଟି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ। ରାଜ୍ୟରେ ଦୁର୍ବଳ ରହିଥିବା ମୌସୁମୀକୁ ଏହି ଲଘୁଚାପ ସକ୍ରିୟ କରିଦେଇଥିବାରୁ ଗୁରୁବାର ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ଲାଗି ରହିବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି।

ମୌସୁମୀ ଟ୍ରଫ୍‌ ଲାଇନ୍‌ ଏବେ ଅଜମୈର୍‌, ଜବଲପୁର, ଚମ୍ପା ଦେଇ ପୂର୍ବ-ଦକ୍ଷିଣପୂର୍ବ ଆଡ଼କୁ ଗତି କରି ଲଘୁଚାପର କେନ୍ଦ୍ର ମଧ୍ୟ ଦେଇ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ଉତ୍ତର ଉପକୂଳ ଓଡ଼ିଶା ଉପରେ ରହିଛି। ପ୍ରଭାବରେ ରାଜ୍ୟରେ ଏବେ ୨ରୁ ୩ ଦିନ ପର୍ଯ୍ୟନ୍ତ ଅଳ୍ପ ବହୁତ ବର୍ଷା ଲାଗି ରହିବ। ଅପରପକ୍ଷେ, ଗତ ୨୪ ଘଣ୍ଟା ମଧ୍ୟରେ ସାରା ଓଡ଼ିଶାରେ ସ୍ବଳ୍ପରୁ ମଧ୍ୟମଧରଣର ବର୍ଷା ହୋଇଯାଇଛି। ସୋନପୁରରେ ସର୍ବାଧିକ ବର୍ଷା ରେକର୍ଡ ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’