Masthead

ବିଜେପିରେ ସାମିଲ ହେଲେ ହିମାଂଶୁ ଶେଖର ସାହୁ

ଧର୍ମଶାଳା (ବଡ଼ ଖବର ବ୍ୟୁରୋ):ଧର୍ମଶାଳା ସ୍ୱାଧୀନ ବିଧାୟକ ହିମାଂଶୁ ଶେଖର ସାହୁଙ୍କ ଘର ବାହୁଡା଼ । ବିଜେପିରେ ସାମିଲ ହେଲେ ଧର୍ମଶାଳାରୁ ସ୍ୱାଧୀନ ଭାବେ ଜିତିଥିବା ହିମାଂଶୁ ଶେଖର ସାହୁ। ଗତକାଲି ସେ ବିଜୟୀ ହେବା ପରେ ରାଜ୍ୟ କାର୍ଯ୍ୟାଳୟରେ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ଭେଟିଥିଲେସାଧାରଣ ନିର୍ବାଚନର କିଛି ମାସ ପୂର୍ବରୁ ବିଜେପିରେ ସାମିଲ ହୋଇଥିଲେ ହିମାଂଶୁ । କିନ୍ତୁ  ତାଙ୍କୁ ବିଜେପି ଟିକେଟ ନମିଳିବାରୁ ସ୍ୱାଧୀନ ପ୍ରାର୍ଥୀ ଭାବେ ନିର୍ବାଚନ ଲଢ଼ିଥିଲେ। ଦଳ ତାଙ୍କୁ ନିଲମ୍ବନ କରିଥିଲା। ତେବେ ସ୍ୱାଧୀନ ଭାବେ ଲଢ଼ି ବିଜେଡି ନେତା ପ୍ରଣବ ବଳବନ୍ତରାୟଙ୍କୁ ହରାଇଛନ୍ତି ହିମାଂଶୁ । ଆଗକୁ ଦଳ ଭିତରେ ରହି ସେ କାମ କରିବେ ବୋଲି କହିଛନ୍ତି। ସେ ଆହୁରି କହିଛନ୍ତି, ମୁଁ ବିଜେପିରେ ଥିଲି, ରହିଛି ଓ ରହିବି । ଏହାଫଳରେ ବିଜେପିର ବିଧାୟକଙ୍କ ସଂଖ୍ୟା ୭୯କୁ ବୃଦ୍ଧି ପାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ