Masthead

ବିଜେପିରେ ସାମିଲ ହେଲେ ହିମାଂଶୁ ଶେଖର ସାହୁ

ଧର୍ମଶାଳା (ବଡ଼ ଖବର ବ୍ୟୁରୋ):ଧର୍ମଶାଳା ସ୍ୱାଧୀନ ବିଧାୟକ ହିମାଂଶୁ ଶେଖର ସାହୁଙ୍କ ଘର ବାହୁଡା଼ । ବିଜେପିରେ ସାମିଲ ହେଲେ ଧର୍ମଶାଳାରୁ ସ୍ୱାଧୀନ ଭାବେ ଜିତିଥିବା ହିମାଂଶୁ ଶେଖର ସାହୁ। ଗତକାଲି ସେ ବିଜୟୀ ହେବା ପରେ ରାଜ୍ୟ କାର୍ଯ୍ୟାଳୟରେ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ଭେଟିଥିଲେସାଧାରଣ ନିର୍ବାଚନର କିଛି ମାସ ପୂର୍ବରୁ ବିଜେପିରେ ସାମିଲ ହୋଇଥିଲେ ହିମାଂଶୁ । କିନ୍ତୁ  ତାଙ୍କୁ ବିଜେପି ଟିକେଟ ନମିଳିବାରୁ ସ୍ୱାଧୀନ ପ୍ରାର୍ଥୀ ଭାବେ ନିର୍ବାଚନ ଲଢ଼ିଥିଲେ। ଦଳ ତାଙ୍କୁ ନିଲମ୍ବନ କରିଥିଲା। ତେବେ ସ୍ୱାଧୀନ ଭାବେ ଲଢ଼ି ବିଜେଡି ନେତା ପ୍ରଣବ ବଳବନ୍ତରାୟଙ୍କୁ ହରାଇଛନ୍ତି ହିମାଂଶୁ । ଆଗକୁ ଦଳ ଭିତରେ ରହି ସେ କାମ କରିବେ ବୋଲି କହିଛନ୍ତି। ସେ ଆହୁରି କହିଛନ୍ତି, ମୁଁ ବିଜେପିରେ ଥିଲି, ରହିଛି ଓ ରହିବି । ଏହାଫଳରେ ବିଜେପିର ବିଧାୟକଙ୍କ ସଂଖ୍ୟା ୭୯କୁ ବୃଦ୍ଧି ପାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ପାର୍ବଣ ଆରମ୍ଭରୁ ମହଙ୍ଗା ମାଡ଼; ବଢ଼ିଲା କମର୍ସିଆଲ LPG ସିଲିଣ୍ଡରର ଦର 🔴 ଲସ୍କର-ଏ-ତୋଏବାର ଆତଙ୍କୀ ମହମ୍ମଦ ଆସିଫ ନିହତ 🔴 ଭକ୍ତଙ୍କ ପାଇଁ ଖୋଲିଲା ଶ୍ରୀଗୁଣ୍ଡିଚା ମନ୍ଦିର; ୩ ଦିନ ସମ୍ପୂର୍ଣ୍ଣ ମାଗଣା ଦର୍ଶନ 🔴 ନବନିର୍ମାଣ କୃଷକ ସଂଗଠନର ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ଡାକରା 🔴 ପୁରୀରେ ଖଜା ଗୋଦାମରେ ରେଡ୍ 🔴 ହନୁମାନ ଛକରେ ଗୁଳିକାଣ୍ଡ 🔴 ଘାଇ ଆଣିଲା ବିପଦ 🔴 ‘ନିଆଳିରେ ୨୭୫ ଅପମିଶ୍ରିତକାରୀଙ୍କ ନାଁରେ ଏତଲା’ 🔴 ସୋରୋରେ ବନ୍ୟା ସ୍ଥିତି 🔴 ଆସୁଛି ଆଉ ଏକ ଲଘୁଚାପ 🔴 ପାର୍ବଣ ଆରମ୍ଭରୁ ମହଙ୍ଗା ମାଡ଼; ବଢ଼ିଲା କମର୍ସିଆଲ LPG ସିଲିଣ୍ଡରର ଦର 🔴 ଲସ୍କର-ଏ-ତୋଏବାର ଆତଙ୍କୀ ମହମ୍ମଦ ଆସିଫ ନିହତ 🔴 ଭକ୍ତଙ୍କ ପାଇଁ ଖୋଲିଲା ଶ୍ରୀଗୁଣ୍ଡିଚା ମନ୍ଦିର; ୩ ଦିନ ସମ୍ପୂର୍ଣ୍ଣ ମାଗଣା ଦର୍ଶନ 🔴 ନବନିର୍ମାଣ କୃଷକ ସଂଗଠନର ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ଡାକରା 🔴 ପୁରୀରେ ଖଜା ଗୋଦାମରେ ରେଡ୍ 🔴 ହନୁମାନ ଛକରେ ଗୁଳିକାଣ୍ଡ 🔴 ଘାଇ ଆଣିଲା ବିପଦ 🔴 ‘ନିଆଳିରେ ୨୭୫ ଅପମିଶ୍ରିତକାରୀଙ୍କ ନାଁରେ ଏତଲା’ 🔴 ସୋରୋରେ ବନ୍ୟା ସ୍ଥିତି 🔴 ଆସୁଛି ଆଉ ଏକ ଲଘୁଚାପ