Masthead

ବିଜେପିର ବିଶାଳ ମିଶ୍ରଣ ପର୍ବ

ପାରାଦୀପ(ବଡ଼ ଖବର ବ୍ୟୁରୋ): ପାରାଦୀପ ଜିରୋ ପଏଣ୍ଟ ବିଜେପି କାର୍ଯ୍ୟାଳୟରେ ବିଜେପିର ବିଶାଳ ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଯାଇଛି । ଦୁଇଗୋଟି ପଞ୍ଚାୟତର ବିଜେଡି ଓ କଂଗ୍ରେସ ଦଳ ପରିତ୍ୟାଗ କରି ପାଞ୍ଚଶହରୁ ଉର୍ଦ୍ଧ ଲୋକ ବିଧିବଦ୍ଧ ଭାବରେ ବିଜେପିରେ ସାମିଲ ହୋଇଛନ୍ତି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବିଭିନ୍ନ ଜନକଲ୍ୟାଣ ମୁଖି ଯୋଜନା ଓ ପାରାଦୀପର ଯୁବ ବିଜେପି ନେତା ତଥା ବିଧାୟକ ପ୍ରାର୍ଥୀ ସମ୍ପଦ ସ୍ୱାଇଁଙ୍କ ନେତୃତ୍ୱ ଉପରେ ଭରଷା କରି ବିଜେପିରେ ସାମିଲ ହୋଇଥିବା ନେଇ ଗଣ୍ଡକିପୁର ପଞ୍ଚାୟତର ସରପଞ୍ଚ ପ୍ରାର୍ଥୀ ପ୍ରକାଶ କରିଛନ୍ତି ।

ପାରାଦୀପ ବନ୍ଦରକୁ ନେଇ ଶିଳ୍ପର କରିଡର ପାଲଟିଥିଵା ବନ୍ଦର ନଗରୀରେ ନିଯୁକ୍ତି ପାଇଁ ସ୍ଥାନୀୟ ବେକାର ଯୁବକ ଯୁବତୀଙ୍କୁ ଅଣଦେଖା କରାଯାଇଛି । ବାହାରର ଲୋକମାନଙ୍କୁ ସ୍ଥାନୀୟ ଶିଳ୍ପସଂସ୍ଥାରେ ନିଯୁକ୍ତି ମିଳୁଥିବା ବେଳେ ସ୍ଥାନୀୟ ଯୁବଗୋଷ୍ଠୀ ବାହାର ରାଜ୍ୟକୁ ଯାଉଛନ୍ତି ଦାଦନ ଖଟିବାକୁ । ପାରାଦୀପ ନିର୍ବାଚନ ମଣ୍ଡଳୀ ବାସି ସଚେତନ ହେଲେଣି ଏଥର ପରିବର୍ତ୍ତନ ମୁହାଁ ହେବା ସହିତ ଚଳିତ ସାଧାରଣ ନିର୍ବାଚନରେ ଏହାର କଡା ଜବାବ ଦେବେ ବୋଲି ମିଶ୍ରଣ ପର୍ବ ଅବସରରେ ପ୍ରକାଶ କରିଛନ୍ତି ବିଜେପି ପ୍ରାର୍ଥୀ ସମ୍ପଦ ସ୍ୱାଇଁ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବିସ୍ଫୋରଣରୁ ଅଳ୍ପକେ ବର୍ତ୍ତିଲେ ଯବାନ 🔴 ପୀତବାସ ପଣ୍ଡା ହତ୍ୟା ମାମଲା, ରିମାଣ୍ଡରେ ଗଲେ ଅଭିଯୁକ୍ତ 🔴 ସୃଷ୍ଟି ହେଲା ଘୂର୍ଣ୍ଣିବଳୟ 🔴 ଆଜି ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ 🔴 ଆଜିଠୁ ବିହାରରେ ନୀତିଶ ରାଜ୍ 🔴 ଶପଥ ନେବେ ଜୟ 🔴 ବିହାରରେ ଆଜିଠୁ ପୁଣି ନୀତୀଶ ସରକାର 🔴 ପୁଣି ଆସୁଛି ବର୍ଷା 🔴 ୧୦ମ ଥର ପାଇଁ ମୁଖ୍ୟମନ୍ତ୍ରୀ ହେବେ ନୀତୀଶ କୁମାର 🔴 ‘ଅସ୍ତ୍ର ଛାଡି ଆତ୍ମସମର୍ପଣ କର’ 🔴 ବିସ୍ଫୋରଣରୁ ଅଳ୍ପକେ ବର୍ତ୍ତିଲେ ଯବାନ 🔴 ପୀତବାସ ପଣ୍ଡା ହତ୍ୟା ମାମଲା, ରିମାଣ୍ଡରେ ଗଲେ ଅଭିଯୁକ୍ତ 🔴 ସୃଷ୍ଟି ହେଲା ଘୂର୍ଣ୍ଣିବଳୟ 🔴 ଆଜି ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ 🔴 ଆଜିଠୁ ବିହାରରେ ନୀତିଶ ରାଜ୍ 🔴 ଶପଥ ନେବେ ଜୟ 🔴 ବିହାରରେ ଆଜିଠୁ ପୁଣି ନୀତୀଶ ସରକାର 🔴 ପୁଣି ଆସୁଛି ବର୍ଷା 🔴 ୧୦ମ ଥର ପାଇଁ ମୁଖ୍ୟମନ୍ତ୍ରୀ ହେବେ ନୀତୀଶ କୁମାର 🔴 ‘ଅସ୍ତ୍ର ଛାଡି ଆତ୍ମସମର୍ପଣ କର’