Masthead

ଭାରସାମ୍ୟ ହରାଇ ରାସ୍ତା କଡକୁ ଖସିଲା ବାଇକ୍

ବାଲେଶ୍ୱର (ବଡ଼ ଖବର ବ୍ୟୁରୋ):ବାଲେଶ୍ୱର ଜିଲ୍ଲା ସିଂଲା ଥାନା ଅନ୍ତର୍ଗତ ବୁଡିଆଂ ଛକରେ ଘଟିଛି ମର୍ମଦୁତ ସଡକ ଦୁର୍ଘଟଣା । ଘଟଣା ସ୍ଥଳରେ ବାଇକ ଆରୋହୀ ମୃତୁ୍ୟ ଘଟିଛି । ସୂଚନା ଅନୁଯାୟୀ ରୂପ୍ସା ଥାନା ଅନ୍ତର୍ଗତ ଆଙ୍କୋ ଅଞ୍ଚଳର ଦୁଇଜଣ ଯୁବକ ପଞ୍ଚୁପାଲି ଗ୍ରାମରୁ ଭୋଜି ଖାଇ ବିଳମ୍ବିତ ରାତିରେ ବାଇକରେ ଘରକୁ ଫେରୁଥିବା ବେଳେ ବୁଡିଆଂ ଛକ ନିକଟରେ ଗାଡିଟି ଭାରସାମ୍ୟ ହରାଇ ରାସ୍ତା କଡକୁ ଖସି ପଡିଥିଲା । ବାଇକର ପଛରେ ବସିଥିବା ଯୁବକ ଜଣକ ମୁଣ୍ତରେ ଗଭୀର ଆଘାତ ଲାଗିବା ଯୋଗୁ ପ୍ରବଳ ରକ୍ତସ୍ରାବ ହୋଇ ଘଟଣା ସ୍ଥଳରେ ମୃତୁ୍ୟ ହୋଇଯାଇ ଥିଲା । ସ୍ଥାନୀୟ ଲୋକେ ପହଞ୍ଚି ସିଂଲା ପୋଲିସକୁ ଖବର ଦେବା ପରେ ସିଂଲା ପୋଲିସ ପହଞ୍ଚି ଶବ ବ୍ୟବଛେଦ ପାଇଁ ହସପିଟାଲ କୁ ପଠାଇବା ସହ ଘଟଣାର ତଦନ୍ତ ଆରମ୍ଭ କରିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ