Masthead

ମମିତାଙ୍କ ପରିବାରକୁ ଭେଟିବ କଂଗ୍ରେସ ଟିମ

ବଲାଙ୍ଗିର (ବଡ଼ ଖବର ବ୍ୟୁରୋ): ସନସାଇନ୍ ସ୍କୁଲ ଅଧ୍ୟକ୍ଷା ମମିତା ମେହେର ହତ୍ୟା ମାମଲାରେ ଥମୁନି ଗୃହରାଷ୍ଟ୍ର ମନ୍ତ୍ରୀ କ୍ୟାପଟେନ୍ ଦିବ୍ୟଶଙ୍କର ମିଶ୍ରଙ୍କ ଇସ୍ତଫା ଦାବି । ମମିତା ମେହେରଙ୍କ ହତ୍ୟାକାଣ୍ଡରେ ମନ୍ତ୍ରୀଙ୍କ ଭୂମିକା ସନ୍ଦେହପୂର୍ଣ୍ଣ ରହିଥିବା ଅଭିଯୋଗ କରି ତାଙ୍କ ବହିଷ୍କାର ଓ ଗିରଫ ଦାବିରେ, ବିରୋଧୀ ସପ୍ତାହେ ହେଲା ଆନ୍ଦୋଳନ, ପ୍ରତିବାଦ ଚଳାଇ ଆସିଛନ୍ତି । ତେବେ ଏହି କ୍ରମରେ ଆଜି କଂଗ୍ରେସର ଏକ ପ୍ରତିନିଧି ଦଳ ବଲାଙ୍ଗିର ଗସ୍ତ କରିବେ । ଓଡିଶା ପ୍ରଭାରୀ ଡ. ଏ ଚେଲ୍ଲାକୁମାର ଓ ସାଧାରଣ ସମ୍ପାଦକ ରଣଦୀପ ସୁର୍ଯେୱାଲା ବଲାଙ୍ଗିର ଯିବେ ।

ନରସିଂହ ମିଶ୍ରଙ୍କ ସହ ଦୁଇ ନେତା ମମିତାଙ୍କ ପରିବାର ଲୋକଙ୍କୁ ଭେଟିବେ । ସେପଟେ ମମିତା ହତ୍ୟା ମାମଲାରେ ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କ ବହିଷ୍କାର ଓ ଗିରଫ ଦାବିରେ ଆଜି ବିଜେପି ପକ୍ଷରୁ ୧୨ ଘଣ୍ଟିଆ ସୋନପୁର ବନ୍ଦ। ସୁବର୍ଣ୍ଣପୁର ଜିଲ୍ଲା ବିଜେପି ଏହି ବନ୍ଦ ଡାକରା ଦେଇଛି। ସକାଳ ୬ରୁ ସନ୍ଧ୍ୟା ୬ଟା ଯାଏଁ ଚକ ଅଖ ବନ୍ଦ ରହିବ। ଏଥିସହ ଦୋକାନ ବଜାର ମଧ୍ୟ ବନ୍ଦ ରହିବ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା