Masthead

ମୁରୁଜରେ ପିଣ୍ଟୁଙ୍କୁ ଶ୍ରଦ୍ଧାଞ୍ଜଳି

ବାଲେଶ୍ୱର (ବଡ଼ ଖବର ବ୍ୟୁରୋ): ଜୀବନ ଯୁଦ୍ଧରେ ସେ ହାରିଯାଇଛନ୍ତି । ହାଇଦ୍ରାବାଦସ୍ଥିତ ଏକ ଘରୋଇ ହସ୍ପିଟାଲରେ ତାଙ୍କର ପରଲୋକ ଘଟିଛି । ତାଙ୍କ ବିୟୋଗ ଓଡ଼ିଶା ସିନେ ଜଗତରେ ସୃଷ୍ଟି କରିଛି ଅପୂରଣୀୟ କ୍ଷତି । ପୁଣି ଜଣେ ଲୋକପ୍ରିୟ କଳାକାରଙ୍କୁ ହରାଇଛି ଓଲିଉଡ୍‌ । ମୁରୁଜରେ ଅଭିନେତା ପିଣ୍ଟୁ ନନ୍ଦଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ବାଲେଶ୍ୱର ଜିଲ୍ଲା ବେହେରା ସାହିର ଶିଳ୍ପୀ ଅଜୟ ଘୋଷ । ସେ ମୁରୁଜରେ ଶ୍ରଦ୍ଧାଞ୍ଜଳି ଜଣାଇବା ସହ ଗଭୀର ଶୋକ ପ୍ରକାଶ କରିଛନ୍ତି ।

ପିଣ୍ଟୁ ନନ୍ଦ ଦୀର୍ଘ ମାସ ଧରି ଲିଭର ସୋରିଆସିସ୍ ରୋଗରେ ଆକ୍ରାନ୍ତ ହୋଇ ଭୁବନେଶ୍ୱର, ଦିଲ୍ଲୀ ଓ ପରେ ହାଇଦ୍ରାବାଦରେ ଚିକିତ୍ସିତ ହେଉଥିଲେ । ମୃତ୍ୟୁ ବେଳକୁ ତାଙ୍କୁ ୪୫ ବର୍ଷ ବୟସ ହୋଇଥିଲା । ତାଙ୍କର ଲିଭର ଟ୍ରାନ୍ସପ୍ଲାଣ୍ଟ କରାଯିବା ଦରକାର ବୋଲି ଡାକ୍ତର କହିଥିଲେ । ସେଥିଲାଗି ପୂରା ଓଲିଉଡ୍ ଜଗତ ସହ ପିଣ୍ଟୁଙ୍କ ପ୍ରଶଂସକ ଏବଂ ସାଧାରଣ ଜନତା ଏକାଠି ହୋଇଯାଇଥିଲେ । ତାଙ୍କ ଅପରେସନ ପାଇଁ ଲକ୍ଷ ଲକ୍ଷ ଟଙ୍କା ମଧ୍ୟ ଆଦାୟ କରାଯାଇ ସାହାଯ୍ୟ କରାଯାଇଥିଲା। ହେଲେ ତାଙ୍କ ଲିଭର ଟ୍ରାନ୍ସପ୍ଲାଣ୍ଟ ପୂର୍ବରୁ ବୁଧବାର ବିଳମ୍ବିତ ରାତିରେ ସବୁଦିନ ପାଇଁ ଆଖିବୁଜି ଦେଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ