Masthead

ମୁରୁଜରେ ପିଣ୍ଟୁଙ୍କୁ ଶ୍ରଦ୍ଧାଞ୍ଜଳି

ବାଲେଶ୍ୱର (ବଡ଼ ଖବର ବ୍ୟୁରୋ): ଜୀବନ ଯୁଦ୍ଧରେ ସେ ହାରିଯାଇଛନ୍ତି । ହାଇଦ୍ରାବାଦସ୍ଥିତ ଏକ ଘରୋଇ ହସ୍ପିଟାଲରେ ତାଙ୍କର ପରଲୋକ ଘଟିଛି । ତାଙ୍କ ବିୟୋଗ ଓଡ଼ିଶା ସିନେ ଜଗତରେ ସୃଷ୍ଟି କରିଛି ଅପୂରଣୀୟ କ୍ଷତି । ପୁଣି ଜଣେ ଲୋକପ୍ରିୟ କଳାକାରଙ୍କୁ ହରାଇଛି ଓଲିଉଡ୍‌ । ମୁରୁଜରେ ଅଭିନେତା ପିଣ୍ଟୁ ନନ୍ଦଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ବାଲେଶ୍ୱର ଜିଲ୍ଲା ବେହେରା ସାହିର ଶିଳ୍ପୀ ଅଜୟ ଘୋଷ । ସେ ମୁରୁଜରେ ଶ୍ରଦ୍ଧାଞ୍ଜଳି ଜଣାଇବା ସହ ଗଭୀର ଶୋକ ପ୍ରକାଶ କରିଛନ୍ତି ।

ପିଣ୍ଟୁ ନନ୍ଦ ଦୀର୍ଘ ମାସ ଧରି ଲିଭର ସୋରିଆସିସ୍ ରୋଗରେ ଆକ୍ରାନ୍ତ ହୋଇ ଭୁବନେଶ୍ୱର, ଦିଲ୍ଲୀ ଓ ପରେ ହାଇଦ୍ରାବାଦରେ ଚିକିତ୍ସିତ ହେଉଥିଲେ । ମୃତ୍ୟୁ ବେଳକୁ ତାଙ୍କୁ ୪୫ ବର୍ଷ ବୟସ ହୋଇଥିଲା । ତାଙ୍କର ଲିଭର ଟ୍ରାନ୍ସପ୍ଲାଣ୍ଟ କରାଯିବା ଦରକାର ବୋଲି ଡାକ୍ତର କହିଥିଲେ । ସେଥିଲାଗି ପୂରା ଓଲିଉଡ୍ ଜଗତ ସହ ପିଣ୍ଟୁଙ୍କ ପ୍ରଶଂସକ ଏବଂ ସାଧାରଣ ଜନତା ଏକାଠି ହୋଇଯାଇଥିଲେ । ତାଙ୍କ ଅପରେସନ ପାଇଁ ଲକ୍ଷ ଲକ୍ଷ ଟଙ୍କା ମଧ୍ୟ ଆଦାୟ କରାଯାଇ ସାହାଯ୍ୟ କରାଯାଇଥିଲା। ହେଲେ ତାଙ୍କ ଲିଭର ଟ୍ରାନ୍ସପ୍ଲାଣ୍ଟ ପୂର୍ବରୁ ବୁଧବାର ବିଳମ୍ବିତ ରାତିରେ ସବୁଦିନ ପାଇଁ ଆଖିବୁଜି ଦେଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା