Masthead

ରଘୁବର ଦାସ ଓଡ଼ିଶାର ନୂଆ ରାଜ୍ୟପାଳ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):ରଘୁବର ଦାସ ହେବେ ଓଡ଼ିଶାର ନୂଆ ରାଜ୍ୟପାଳ । ରାଷ୍ଟ୍ରପତି ଭବନରୁ ଜାରି ହେଲା ସୂଚନା । ବର୍ତ୍ତମାନ ଓଡ଼ିଶାର ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲଙ୍କ ସ୍ଥାନ ନେବେ ରଘୁବର ଦାସ । ପ୍ରଫେସର ଗଣେଶୀ ଲାଲଙ୍କ ଅବସର ପରେ ଦାୟିତ୍ବ ଗ୍ରହଣ କରିବେ ।

ପ୍ରଫେସର ଗଣେଶୀ ଲାଲ ୨୦୧୮ରେ ଓଡ଼ିଶାର ରାଜ୍ୟପାଳ ହୋଇଥିଲେ। ତାଙ୍କ କାର୍ୟ୍ୟକାଳ ୨୦୨୩ ମେ ମାସ ୩୦ ତାରିଖରୁ ଶେଷ ହୋଇଥିଲା। ଏହାପରେ ତାଙ୍କ କାର୍ୟ୍ୟକାଳକୁ ବୃଦ୍ଧି କରାଯାଇଥିଲା। ହେଲେ ରାଷ୍ଟ୍ରପତି ମୁର୍ମୁ ରାଜ୍ୟର ନୂଆ ରାଜ୍ୟପାଳ ଭାବେ ଶ୍ରୀ ରଘୁବର ଦାସଙ୍କ ନାଁ ଉପରେ ମୋହର ମାରିଛନ୍ତି। ଭାରତୀୟ ଜନତା ପାର୍ଟିର ବରିଷ୍ଠ ନେତା ହେଉଛନ୍ତି ରଘୁବର ଦାସ । ସେ ୫ ଥର ନିର୍ବାଚିତ ହୋଇଛନ୍ତି । ରଘୁବର ଦାସ ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ । ପ୍ରଥମ ଅଣଆଦିବାସୀ ମୁଖ୍ୟମନ୍ତ୍ରୀ ହେଉଛନ୍ତି ରଘୁବର । ୨୦୧୪ରୁ ୨୦୧୯ ଯାଏଁ ଝାଡ଼ଖଣ୍ଡର ମୁଖ୍ୟମନ୍ତ୍ରୀ ଭାବେ ଦାୟିତ୍ୱ ସମ୍ଭାଳିଛନ୍ତି ରଘୁବର ଦାସ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ