ରତ୍ନ ଭଣ୍ଡାର ମାମଲାରେ ସରକାରଙ୍କୁ ଶେଷ ସୁଯୋଗ

କଟକ (ବଡ଼ ଖବର ବ୍ୟୁରୋ): ଶ୍ରୀମନ୍ଦିର ରତ୍ନଭଣ୍ଡାର ଚାବି ହଜିବା ମାମଲାରେ ଆବେଦନକାରୀ ଦିଲ୍ଲୀପ ବରାଳଙ୍କ ଓକିଲ, କୋର୍ଟଙ୍କୁ ଜଣାଇଥିଲେ ଯେ ଜଷ୍ଟିସ ରଘୁବୀର ଦାସ କମିଶନଙ୍କ ରିପୋର୍ଟ କେବେ ସାର୍ବଜନୀନ କରାଯିବ ସେନେଇ କୌଣସି ଜବାବ ଦାଖଲ କରୁନାହାନ୍ତି ରାଜ୍ୟ ସରକାର । ଯାହାକୁ ନେଇ ଆଜି ହାଇକୋର୍ଟରେ ଜଷ୍ଟିସ ରଘୁବୀର ଦାସ କମିଶନଙ୍କ ରିପୋର୍ଟ ସାର୍ବଜନୀନ ପ୍ରସଙ୍ଗରେ ପୁଣି ସମୟ ନେଲେ ରାଜ୍ୟ ସରକାର । ବାରମ୍ବାର ସରକାର ସମୟ ନେଉଥିବାରୁ କୋର୍ଟ ଅସନ୍ତୋଷ ପ୍ରକାଶ କରିବା ସହ ତୁରନ୍ତ ଏନେଇ ସତ୍ୟପାଠ ଦାଖଲ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି।

ହାଇକୋର୍ଟ ଏହି ଶେଷ ସୁଯୋଗ ଦେଇଛନ୍ତି । କିନ୍ତୁ ରାଜ୍ୟ ସରକାରଙ୍କ ଗୃହ ବିଭାଗ ଜବାବ ନରଖି ଅଧିକ ସମୟ ଲୋଡିଥିଲେ । କେବେ ସୁଦ୍ଧା ଷ୍ଟାଟସ ରିପୋର୍ଟ ଦାଖଲ କରିବେ ସେନେଇ ରାଜ୍ୟ ସରକାର ଜବାବ ଦାଖଲ କରିବାକୁ ଅଦାଲତ ନିର୍ଦ୍ଦେଶ ଦେଇଛନ୍ତି । ଆସନ୍ତା ଜାନୁଆରୀ ପ୍ରଥମ ସପ୍ତାହରେ ମାମଲାର ପରବର୍ତ୍ତୀ ଶୁଣାଣି କରିବେ ହାଇକୋର୍ଟ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ