Masthead

ରଥଯାତ୍ରାକୁ ଆସିବେ ମୋଦି!

ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ନିମନ୍ତ୍ରଣ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ।

ଭୁବନେଶ୍ୱର(ବଡ ଖବର ବୁ୍ୟରୋ):ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ନିମନ୍ତ୍ରଣ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ପ୍ରଧାନମନ୍ତ୍ରୀଙ୍କ ସହ ସମସ୍ତ କେନ୍ଦ୍ରମନ୍ତ୍ରୀ ଏବଂ ଏନଡ଼ିଏ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ କରିଛନ୍ତି ରାଜ୍ୟ ସରକାର । ବିଜେପି ସରକାରର ଏକ ବର୍ଷ ପୂର୍ତ୍ତି କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ମୋଦୀ ଏବଂ ଗୃହମନ୍ତ୍ରୀ ଅମିତ ଶାହାଙ୍କୁ ନିମନ୍ତ୍ରଣ କରିଛନ୍ତି ମୋହନ ମାଝୀ । ଦିଲ୍ଲୀରୁ ଫେରି ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ।

ଜୁନ୍ ୨୭ ମହାପ୍ରଭୁଙ୍କ ଶ୍ରୀଗୁଣ୍ଡିଚା ଯାତ୍ରାରେ ରଥରେ ବିରାଜମାନ ହୋଇ ଭକ୍ତମାନଙ୍କୁ ଦର୍ଶନ ଦେବେ ତିନି ଠାକୁର । ଏହି ଦିବ୍ୟଲୀଳା ଦେଖିବାପାଇଁ ପ୍ରଧାନମନ୍ତ୍ରୀଙ୍କୁ ନିମନ୍ତ୍ରଣ କରିଛନ୍ତି ମୁଖ୍ୟମନ୍ତ୍ରୀ । ରଥଯାତ୍ରା ଦିନ ସକାଳ ୬ଟାରେ ମଙ୍ଗଳ ଆଳତି ନୀତି ଅନୁଷ୍ଠିତ ହୋଇ ସକାଳ ୯ଟା ସୁଦ୍ଧା ରଥ ପ୍ରତିଷ୍ଠା ନୀତି ପାଳନ ପାଇଁ ସମୟ ଧାର୍ଯ୍ୟ ହୋଇଛି । ସେହିପରି ୯ଟା ୩୦ରେ ପହଣ୍ଡି ଆରମ୍ଭ କରାଯାଇ ସାଢ଼େ ୧୨ଟା ସୁଦ୍ଧା ଶେଷ ହେବ । ଅପରାହ୍ନ ସାଢ଼େ ୨ଟାରୁ ସାଢ଼େ ୩ଟା ମଧ୍ୟରେ ଛେରାପହଁରା ଏବଂ ୪ଟା ସୁଦ୍ଧା ରଥଟଣା ପାଇଁ ନୀତି ନିର୍ଘଣ୍ଟ କରାଯାଇଛି । ସେହିପରି ଜୁନ୍ ୧୧ରେ ଦେବସ୍ନାନ ପୂଣ୍ଣିମାର ନୀତି ପାଳନ ହୋଇ ଅପରାହ୍ନ ୪ଟା ୩୦ରେ ଅନୁଷ୍ଠିତ ହେବ ହାତୀ ବେଶ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି