Before Header

ରାଶିଫଳ

0 61

ମେଷ – ବହୁତ ଦିନ ହେଲା ଅଟକି ରହିଥିବା କାମ ଗୁଡିକ ଯୋଗୁ ମାନସିକ ଶାନ୍ତି କେତେକାଂଶରେ ବ୍ୟାହତ ହେବ । ମିଥ୍ୟା ଅଭିଯୋଗ ସକାଶେ ନିଜ ଲୋକମାନଙ୍କୁ ଦାୟୀ କରିବେ । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୬ ।
• ଚାଷୀ- ଅଧିକା ପାଣିରୁ , ହିନସ୍ତା ହୋଇପାରନ୍ତି ।
• ରୋଗୀ- ଅସାଧ୍ୟ ରୋଗ ରୁ ମୁକ୍ତ ହେବେ ।
• ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
• କର୍ମଜୀବି- ଅର୍ଥ ହାନୀ ହେବ ।
• ବ୍ୟବସାୟୀ- ସଫଳତା ହାତଛଡା ହୋଇଯିବ ।
• ଗୃହିଣୀ- କାର୍ଯ୍ୟରେ ବ୍ୟସ୍ତ ରହିବେ ।

ବୃଷ – ଅର୍ଥାଭାବ ପୂରଣ ଦିଗରେ ବନ୍ଧୁଙ୍କ ସାହାର୍ଯ୍ୟ କାମକୁ ଆସିବ । ସାଧାରଣ ପରିସ୍ଥିତିରେ ପଡୋଶୀଙ୍କ ସାହ ସମ୍ପର୍କ ବୃଦ୍ଧି ପାଇବ । ଶୁଭ ରଙ୍ଗ ମେରୁନ୍ । ଶୁଭ ଅଙ୍କ ୨ ।
• ଚାଷୀ- ଜଳବାୟୁ ବିଭାଗ ସହ ଯୋଗା ଯୋଗ ରଖନ୍ତୁ ।
• ରୋଗୀ- ସାମାନ୍ୟ ସୁସ୍ଥ ଅନୁଭବ କରିବେ ।
• ଛାତ୍ରଛାତ୍ରୀ- ପାଠପଢା ପ୍ରତି ସଜାଗ ରହିବେ ।
• କର୍ମଜୀବି- କାର୍ଯ୍ୟରେ ସଫଳ ହେବେ ।
• ବ୍ୟବସାୟୀ- ଅର୍ଥ ହାନୀ ହେବ ।
• ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ ।

 

ମିଥୁନ – ଆଜି ସ୍ୱାସ୍ଥ୍ୟରେ ଉନ୍ନତି, ଗୃହରେ ଶାନ୍ତି, ଜମିଜମା ବିବାଦର ସମାଧାନ, ବାଣିଜ୍ୟ ବ୍ୟବସାୟ, ପରିବହନରେ ଉନ୍ନତି କରିବେ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୯ ।
• ଚାଷୀ- ଜଳ ସଞ୍ଚୟ କରନ୍ତୁ ।
• ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ ।
• ଛାତ୍ରଛାତ୍ରୀ- ଅନ୍ଲାଇନ୍ ବିଦ୍ୟା ଆରୋହଣ କରିବେ ।
• କର୍ମଜୀବି- ସମ୍ମାନିତ ହେବେ ।
• ବ୍ୟବସାୟୀ- ଅର୍ଥ ହାନୀ ହେବ ।
• ଗୃହିଣୀ- ପାରିବାରିକ କାର୍ଯ୍ୟରେ ବ୍ୟସ୍ତ ରହିବେ ।

କର୍କଟ – ନୂତନ କର୍ମାରମ୍ଭରେ ସାମାନ୍ୟ ପ୍ରାଥମିକ ପ୍ରତିବନ୍ଧକ ଦେଖା ଦେବ । ପାରିବାରିକ ଅସ୍ଥିରତା, ଅର୍ଥାଭାବ, କାର୍ଯ୍ୟସିଦ୍ଧିରେ ବିଳମ୍ବ ଓ କେତେକ ମାନସିକ ଦ୍ୱନ୍ଦ୍ୱ ଭିତରେ ସମୟ କଟାଇବେ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୩ ।
• ଚାଷୀ- ଚାଷରେ ଉନ୍ନତି ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
• ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।
• ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।
• କର୍ମଜୀବି- କର୍ମ କ୍ଷେତ୍ରରେ ଉନ୍ନତି ମିଳିବ ।
• ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।
• ଗୃହିଣୀ- ଧାର୍ମିକ ହେବେ ।

 

ସିଂହ – ପୂର୍ବାପେକ୍ଷା ପରିସ୍ଥିତି କେତେକାଂଶରେ ଭଲ ହେଲେ ମଧ୍ୟ ପ୍ରତ୍ୟେକ କାମରେ ଅନ୍ତଦ୍ୱନ୍ଦ୍ୱ ଲାଗି ରହିବ । ଆଗାମୀ ମାଙ୍ଗଳିକ କାର୍ଯ୍ୟ ବିଷୟରେ ବ୍ୟସ୍ତ ରହିପାରନ୍ତି । ଶୁଭ ଅଙ୍କ ମେରୁନ୍ । ଶୁଭ ଅଙ୍କ ୭ ।
• ଚାଷୀ- ଆଧୁନିକ ପଦ୍ଧତିରେ ଚାଷ କାର୍ଯ୍ୟ କରିବେ ।
• ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
• ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ ।
• କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
• ବ୍ୟବସାୟୀ- ଅର୍ଥ ଲାଭ ହେବ ।
• ଗୃହିଣୀ- ନୂଆବସ୍ତ୍ର ଲାଭ ହେବ ।

କନ୍ୟା – ବନ୍ଧୁଙ୍କ ଜରିଆରେ ଋଣ ସୂତ୍ରରେ ଅର୍ଥ ଲାଭ ପାଇଁ ପ୍ରଯନô କରିବେ । ବିଶେଷ ଶ୍ରମଜନିତ ସାମାନ୍ୟ ଶାରୀରିକ ଅସୁସ୍ଥି ଅନୁଭବ କରିପାରନ୍ତି । ଶୁଭ ରଙ୍ଗ ପିଚ୍ । ଶୁଭ ଅଙ୍କ ୨ ।
• ଚାଷୀ- ଜମିର ଉର୍ବରତା ପାଇଁ ଜୈବିକ ସାରର ବ୍ୟବହାର କରନ୍ତୁ ।
• ରୋଗୀ- ଚକ୍ଷୁ ପୀଡା ହେବ ।
• ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ ।
• କର୍ମଜୀବି- ସୁରୁଖୁରୁରେ କାର୍ଯ୍ୟ କରିବେ ।
• ବ୍ୟବସାୟୀ- ବିଜୟୀ ହେବେ ।
• ଗୃହିଣୀ- ମିତ୍ର ସୁଖ ପାଇବେ ।

 

ତୁଳା – ଆଜିର ପ୍ରତୁ୍ୟଷ ଯାତ୍ରା ଶୁଭପ୍ରଦ ହେବ ଓ ବନ୍ଧୁ ମିଳନ ଘଟିବ । କର୍ମକ୍ଷେତ୍ରରେ ଛୋଟ ଛୋଟ କାମ ହାତକୁ ନେଲେ ଦ୍ୱନ୍ଦ୍ୱରେ ପଡିପାରନ୍ତି । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୭ ।
• ଚାଷୀ- ପୋଖରୀ/ଗାଢିଆ କରି ଜଳ ସଞ୍ଚୟ କରନ୍ତୁ ।
• ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।
• ଛାତ୍ରଛାତ୍ରୀ- ମୂଳଦୁଆ ପକାଇବେ ।
• କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।
• ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
• ଗୃହିଣୀ- ଧାର୍ମିକ ହେବେ ।

 

ବିଛା – ନିଜର ପ୍ରାଧାନ୍ୟ ରକ୍ଷା କରିବାକୁ ଯାଇ ବନ୍ଧୁମାନଙ୍କ ସହ ମତାନ୍ତରର ସମ୍ଭାବନା ରହିଛି । ପ୍ରିୟଜନମାନଙ୍କ ସାହାର୍ଯ୍ୟରୁ ଅପରାହ୍ନେ ଅଭିଳଷିତ ଜିନିଷ ପାଇପାରନ୍ତି । ଶୁଭ ରଙ୍ଗ ମେରୁନ୍ । ଶୁଭ ଅଙ୍କ ୩ ।
• ଛାତ୍ରଛାତ୍ରୀ- ମନରେ ଗର୍ବ ଭାବ ଆସିବ ।
• ଚାଷୀ- ମାଟିରେ ଉର୍ବରତା ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
• ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।
• କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
• ବ୍ୟବସାୟୀ- ସଦ୍ବ୍ୟବହାର କରନ୍ତୁ ।
• ଗୃହିଣୀ- ଭାଗ୍ୟଶାଳୀ ହେବେ ।

ଧନୁ – ଆଜି ଦିନ ମଧ୍ୟରେ ଅର୍ଥ ଲାଭ, ସମ୍ମାନ ପ୍ରାପ୍ତି, କାର୍ଯ୍ୟ ସିଦ୍ଧି ହେତୁ ମନ ମଧ୍ୟ ପ୍ରଫୁଲ୍ଲ୍ ରହିବ । ଯେ କୌଣସି କାମ ଆରମ୍ଭ ପୂର୍ବରୁ ସରଳ ବିଶ୍ୱାସ କରି ହାଇରାଣରେ ପଡିପାରନ୍ତି । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୫ ।
• ଚାଷୀ- ଜଳବାୟୁ ବିଷୟରେ ସଠିକ୍ ବିବରଣୀ ନିଅନ୍ତୁ ।
• ରୋଗୀ- ସୁସ୍ଥ ଅନୁଭବ କରିବେ ।
• ଛାତ୍ରଛାତ୍ରୀ- ମିତ୍ରଙ୍କ ସହଯୋଗ ମିଳିବ ।
• କର୍ମଜୀବି- ସମ୍ମାନିତ ହେବେ ।
• ବ୍ୟବସାୟୀ- ନୂଆ ଡିଲ୍ ମିଳିବ ।
• ଗୃହିଣୀ- ଆଜି ଦିନଟି ଆପଣଙ୍କ ପାଇଁ ଉତ୍ତମ ।

ମକର – ସମ୍ପର୍କହାନି କାରଣରୁ କୌନସି ପ୍ରିୟଜନଙ୍କ ସମ୍ପର୍କରେ ଚିନ୍ତା କରିବାକୁ ପଡିପାରେ । ଆଜିର ଯାତ୍ରା, ବାଣିଜ୍ୟ, ବିବାଦିୟ ଘଟଣା, ନିର୍ମାଣ ଓ ପରିବହନ ପାଇଁ ଟେନ୍ସନ ବଢିବ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୧ ।
• ରୋଗୀ- ଆଜି କିଛି ଦିନ ସତର୍କ ରୁହନ୍ତୁ ।
• ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
• କର୍ମଜୀବି- ଅର୍ଥ ହାନୀ ହେବ ।
• ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍, ପଳେଇ ଯାଇପାରେ ।
• ବ୍ୟବସାୟୀ- ଚୌର ଭୟ ଅଛି ।
• ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।

 

କୁମ୍ଭ – ନୂତନ ଗୃହ, ଯାନ ବାହନ, ଯାନ୍ତ୍ରିକ ଜିନିଷ, ଧାତୁ ଅଳଙ୍କାର ପ୍ରଭୃତି ମୂଲ୍ୟବାନ ଜିନିଷ ପାଇଁ ମନ ବଳାଇବେ । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୭ ।
• ଚାଷୀ- ଜମିର ଉର୍ବରତା ପାଇଁ ଜୈବିକ ସାରର ବ୍ୟବହାର କରନ୍ତୁ ।
• ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ ।
• ଛାତ୍ରଛାତ୍ରୀ- ପାଠପଢା ବିଦେଶ ଯିବା ସମସ୍ୟା ରହିବ ।
• କର୍ମଜୀବି- ଜଳଯାତ୍ରା ମନା ।
• ବ୍ୟବସାୟୀ- ଲୋକପ୍ରିୟତା ମିଳିବ ।
• ଗୃହିଣୀ- ଧର୍ଯ୍ୟବାନ୍ ହେବେ ।

 

ମୀନ – ସାଧାରଣ କଥାକୁ କେନ୍ଦ୍ରକରି ପରିବାର ମଧ୍ୟରେ ମାଧ୍ୟାହ୍ନେ ମନରେ ବିରକ୍ତିଭାବ ସୃଷ୍ଟି ହୋଇପାରେ । ବନ୍ଧୁଙ୍କ ସାନ୍ନିଧ୍ୟ ଲାଭରୁ ଖୁସି ହେବେ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୬ ।
• ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।
• ରୋଗୀ- ୟୋଗା କରନ୍ତୁ ।
• ଛାତ୍ରଛାତ୍ରୀ- ଚିନ୍ତାଧାରା ଉନ୍ନତ ହେବ ।
• କର୍ମଜୀବି- ସମ୍ମାନ ପାଇବେ ।
• ବ୍ୟବସାୟୀ- ସହ-ଯୋଗୀ ବ୍ୟବସାୟ ଲାଭଜନକ ।
• ଗୃହିଣୀ- ସୁଖ ଅନୁଭବ କରିବେ ।

 

Leave A Reply

Your email address will not be published.