Masthead

ରେଙ୍ଗାଳୀ ବାମ ପାର୍ଶ୍ୱ କେନାଲରୁ ବସ୍ତା ବନ୍ଧା ଅଜଣା ବ୍ୟକ୍ତିର ମୃତ ଦେହ ଉଦ୍ଧାର

କାମାକ୍ଷାନଗର: ଢେଙ୍କାନାଳ ଜିଲ୍ଲା କଙ୍କଡ଼ାହାଡ଼ ଥାନା ରେଙ୍ଗାଳୀ ବାମ ପାର୍ଶ୍ୱ କେନାଲର ମକୁଆକାଟେଣୀ ପଞ୍ଚାୟତ ଅନ୍ତର୍ଗତ କୁଳିବଣିଆ ନିକଟରୁ ଜଣେ ଅଜଣା ବ୍ୟକ୍ତିର ବସ୍ତା ବନ୍ଧା ମୃତ ଦେହ ଉଦ୍ଧାର କରାଯାଇଛି । ମୃତ ବ୍ୟକ୍ତିଙ୍କୁ କେହି ଦୁର୍ବୁତ୍ତ ହତ୍ୟାକରି କେନାଲରେ ଫୋପାଡ଼ି ଦେଇଥିବା ପୋଲିସ ସନ୍ଦେହ କରୁଛି । କିଏ ଏବଂ କାହିଁକି ଏପରି ଜଘନ୍ୟ କାଣ୍ଡ କରିଛି ତାହା ଜଣା ପଡ଼ିନାହିଁ । ପୋଲିସ ମୃତ ଦେହକୁ ଉଦ୍ଧାର କରି ଶବ ବ୍ୟବଚ୍ଛେଦ ପାଇଁ କାମାକ୍ଷାନଗର ମେଡ଼ିକାଲରେ ଭର୍ତ୍ତି କରିଛନ୍ତି । ତେବେ ମୃତ ବ୍ୟକ୍ତିର କୌଣସି ପରିଚୟ ମିଳି ପରିନାହିଁ । ମୃତ ଦେହଟି ପ୍ରାୟ ୨ ରୁ ୩ ଦିନର ହେବ ବୋଲି ଅନୁମାନ କରାଯାଉଛି । ଘଟଣା ସ୍ଥଳରେ କାମାକ୍ଷାନଗର ଏସଡିପିଓ ସୁପ୍ରସନ୍ନ ମଲ୍ଲିକ ,କାମାକ୍ଷାନଗର ଥାନା ଅଧିକାରୀ ଅଭିନବ ଡାଳୁଆ ,କଙ୍କଡ଼ାହାଡ଼ ଥାନା ଅଧିକାରୀ ଆଶିଷ ଜେନା ପ୍ରମୁଖ ଉପସ୍ଥିତ ଥିଲେ । ଏ ନେଇ ପୋଲିସ ଘଟଣାଟିକୁ ଗୁରୁତରର ସହିତ ନେଇ ତଦନ୍ତ ଜାରି ରଖିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା