ରେଙ୍ଗାଳୀ ବାମ ପାର୍ଶ୍ୱ କେନାଲରୁ ବସ୍ତା ବନ୍ଧା ଅଜଣା ବ୍ୟକ୍ତିର ମୃତ ଦେହ ଉଦ୍ଧାର

କାମାକ୍ଷାନଗର: ଢେଙ୍କାନାଳ ଜିଲ୍ଲା କଙ୍କଡ଼ାହାଡ଼ ଥାନା ରେଙ୍ଗାଳୀ ବାମ ପାର୍ଶ୍ୱ କେନାଲର ମକୁଆକାଟେଣୀ ପଞ୍ଚାୟତ ଅନ୍ତର୍ଗତ କୁଳିବଣିଆ ନିକଟରୁ ଜଣେ ଅଜଣା ବ୍ୟକ୍ତିର ବସ୍ତା ବନ୍ଧା ମୃତ ଦେହ ଉଦ୍ଧାର କରାଯାଇଛି । ମୃତ ବ୍ୟକ୍ତିଙ୍କୁ କେହି ଦୁର୍ବୁତ୍ତ ହତ୍ୟାକରି କେନାଲରେ ଫୋପାଡ଼ି ଦେଇଥିବା ପୋଲିସ ସନ୍ଦେହ କରୁଛି । କିଏ ଏବଂ କାହିଁକି ଏପରି ଜଘନ୍ୟ କାଣ୍ଡ କରିଛି ତାହା ଜଣା ପଡ଼ିନାହିଁ । ପୋଲିସ ମୃତ ଦେହକୁ ଉଦ୍ଧାର କରି ଶବ ବ୍ୟବଚ୍ଛେଦ ପାଇଁ କାମାକ୍ଷାନଗର ମେଡ଼ିକାଲରେ ଭର୍ତ୍ତି କରିଛନ୍ତି । ତେବେ ମୃତ ବ୍ୟକ୍ତିର କୌଣସି ପରିଚୟ ମିଳି ପରିନାହିଁ । ମୃତ ଦେହଟି ପ୍ରାୟ ୨ ରୁ ୩ ଦିନର ହେବ ବୋଲି ଅନୁମାନ କରାଯାଉଛି । ଘଟଣା ସ୍ଥଳରେ କାମାକ୍ଷାନଗର ଏସଡିପିଓ ସୁପ୍ରସନ୍ନ ମଲ୍ଲିକ ,କାମାକ୍ଷାନଗର ଥାନା ଅଧିକାରୀ ଅଭିନବ ଡାଳୁଆ ,କଙ୍କଡ଼ାହାଡ଼ ଥାନା ଅଧିକାରୀ ଆଶିଷ ଜେନା ପ୍ରମୁଖ ଉପସ୍ଥିତ ଥିଲେ । ଏ ନେଇ ପୋଲିସ ଘଟଣାଟିକୁ ଗୁରୁତରର ସହିତ ନେଇ ତଦନ୍ତ ଜାରି ରଖିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର! 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର!