Masthead

ଲକ୍ଷାଧିକ ଟଙ୍କା ହଡପ ଅଭିଯୋଗ ଆଧାରରେ ଅଭିଯୁକ୍ତକୁ ଗିରଫ କରି କୋର୍ଟ ଚାଲାଣ କଲା ପୋଲିସ

କୋକସରା(ବଡ଼ ଖବର ବ୍ୟୁରୋ): ଗ୍ରାହକ ସେବା କେନ୍ଦ୍ରରୁ ଲକ୍ଷାଧିକ ଟଙ୍କା ହଡପ ଅଭିଯୋଗରେ ଅଭିଯୁକ୍ତ ଯୁବକଙ୍କୁ ଗିରଫ କରି କୋର୍ଟ ଚାଲାଣ କଲା ପୋଲିସ । କଳାହାଣ୍ଡି ଜିଲ୍ଲା କୋକସରା ବ୍ଲକ ବଡପୋଡାଗୁଡା ଗାଁର ଜଗଦୀଶ ଚନ୍ଦ୍ର ସିଂ । ଆମପାଣି ଷ୍ଟେଟ ବ୍ୟାଙ୍କ ଦ୍ୱାରା ଅନୁବନ୍ଧିତ ଏକ ଗ୍ରାହକ ସେବା କେନ୍ଦ୍ର ଖୋଲି ବ୍ୟାଙ୍କ ସେବା ଯୋଗାଇ ଆସୁଥିଲେ । ହେଲେ ଜମାକାରୀଙ୍କ ଅଜାଣତରେ ଆଧାର ସଂଯୋଗ ଥିବା ବାୟୋମେଟ୍ରିକ ଟିପ ଚିହ୍ନ ନେଇ ସେମାନଙ୍କ ଆକାଉଂଟରୁ ୮ ଲକ୍ଷରୁ ଅଧିକ ଟଙ୍କା ଉଠାଇ ଫେରାର ହୋଇଯାଇଥିଲେ । ଗ୍ରାହକ ସେବା କେନ୍ଦ୍ର ବନ୍ଦ ରହିବା ପରେ ଜାମାକାରୀମାନେ ଆକାଉଂଟ ଚେକ କରିବାରୁ ଟଙ୍କା ନଥିବା ଜାଣିବାକୁ ପାଇଥିଲେ । ଏନେଇ ଆମପାଣି ଷ୍ଟେଟବ୍ୟାଙ୍କ ପରିଚାଳକଙ୍କୁ ଅଭିଯୋଗ କରିଥିଲେ ଜମାକାରୀମାନେ । ବ୍ୟାଙ୍କ କର୍ତୃପକ୍ଷ ଖୋଳତାଡ କରିବା ପରେ ଜଣାପଡିଥିଲା ଜଗଦୀଶ ସିଂ ଟଙ୍କା ହଡପ କରିଛି । ପରେ ବ୍ୟାଙ୍କ ମ୍ୟାନେଜର ଗତ ୮ ତାରିଖରେ ଆମପାଣି ଥାନାରେ ଲିଖିତ ଅଭିଯୋଗ କରିଥିଲେ । ପୋଲିସ ଅଭିଯୁକ୍ତ ଜଗଦୀଶ ସିଂଙ୍କ ମୋବାଇଲ ଟ୍ରାକ କରି ବଲାଙ୍ଗୀର ଜିଲ୍ଲା ପାଟଣାଗଡରୁ ଗିରଫ କରିଛି । ଅଭିଯୁକ୍ତ ନିକଟରୁ ନଗଦ ୧ ଲକ୍ଷ ଟଙ୍କା ଓ ଗୋଟିଏ ମୋବାଇଲ ଫୋନ ଜବତ କରାଯାଇଛି ।

 

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି