Masthead

ଲାଓସରେ ଫସିଛନ୍ତି ୩୫ ଜଣ ଓଡ଼ିଆ ଶ୍ରମିକ, ପ୍ରବାସୀଙ୍କୁ ଫେରାଇ ଆଣିବାକୁ ପ୍ରଶାସନକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ); ଦକ୍ଷିଣ-ପୂର୍ବ ଲାଓସ ଦେଶରେ ଫସିଛନ୍ତି ୩୫ ଜଣ ଓଡ଼ିଆ ପ୍ରବାସୀ ଶ୍ରମିକ । ଠିକାଦାର ଚୁକ୍ତି ଖିଲାପ କରି ତାଙ୍କୁ ଅଧିକ ସମୟ ଖଟା ଯାଉଥିବା ବେଳେ ପ୍ରତିବାଦ କରିବାରୁ ପାର୍ସପୋର୍ଟ ଛଡାଇ ନେଇ ସେମାନଙ୍କୁ ନଜରବନ୍ଦୀ କରାଯାଇ ରଖାଯାଇଥିବା ସୂଚନା ମିଳିଛି । ଅଭିଯୋଗ ପରେ ଲାଓସରେ କେନ୍ଦ୍ରାପଡ଼ା ଜିଲ୍ଲା ରାଜକନିକା ଅଞ୍ଚଳର ୩୫ ଜଣ ଶ୍ରମିକ ଫସି ରହିବା ଘଟଣାରେ ହସ୍ତକ୍ଷେପ କରିଛନ୍ତି ମୁଖ୍ୟମନ୍ତ୍ରୀ । ଫସି ରହିଥିବା ଶ୍ରମିକଙ୍କୁ ସୁରକ୍ଷିତ ଭାବେ ଓଡ଼ିଶା ଫେରାଇ ଆଣିବା ପାଇଁ ପ୍ରଶାସନକୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ପରେ ଆକ୍ସନକୁ ଆସିଛି ରାଜ୍ୟ ଶ୍ରମ ବିଭାଗ । ନିର୍ଦ୍ଦେଶ ଅନୁଯାୟୀ କମିଶନର ଲାଓସର ଭାରତୀୟ ଦୂତବାସଙ୍କ ସହ ଏହି ପ୍ରସଙ୍ଗରେ କଥା ହୋଇଛନ୍ତି । ସେ ଶ୍ରମିକଙ୍କ ସହ ଯୋଗାଯୋଗରେ ଅଛନ୍ତି ବୋଲି କର୍ତ୍ତୁପକ୍ଷ ସୂଚନା ଦେଇଛନ୍ତି । ପ୍ରବାସୀ ଓଡ଼ଆମାନଙ୍କୁ ଖୁବଶୀଘ୍ର ସେମାନେ ନିରାନଦରେ ଭାରତକୁ ଫେରାଇ ଆଣିବାପାଇଁ ସକମସ୍ତ ପଦକ୍ଷେପ ନିଆଯାଉଛି । ଆସନ୍ତା କିଛି ଦିନ ଭିତରେ ସମସ୍ତଙ୍କୁ ରାଜ୍ୟକୁ ଫେରାଇଅଣାଯିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ