Masthead

ଲୋୟର ପିଏମଜିରେ କନିଷ୍ଠ ଶିକ୍ଷକଙ୍କ ଧାରଣା

ଭୁବନେଶ୍ୱର  (ବଡ଼ ଖବର ବ୍ୟୁରୋ):  ଚୁକ୍ତିଭିତ୍ତିକ ପ୍ରଥା ଉଚ୍ଛେଦ ଦାବିରେ ଆନ୍ଦୋଳନକୁ ଓହ୍ଲାଇଛନ୍ତି ହଜାର ହଜାର କନିଷ୍ଠ ଶିକ୍ଷକ । ଲୋୟର ପିଏମଜିରେ ଧାରଣାରେ ବସିଛନ୍ତି ହଜାର ହଜାର କନିଷ୍ଠ ଶିକ୍ଷକ । ୨୦୨୨ଅକ୍ଟୋବର ୧୫ରେ ଓଡ଼ିଶାରୁ ସମ୍ପୂର୍ଣ୍ଣ ଚୁକ୍ତିଭିତ୍ତିକ ପ୍ରଥା ଉଚ୍ଛେଦ ଘୋଷଣା ପୂର୍ବରୁ ଚୁକ୍ତିଭିଭିକ କର୍ମଚାରୀ ମହାସଂଘ ସହ କନିଷ୍ଠ ଶିକ୍ଷକ ମଧ୍ୟ ନିୟମିତ ହେବେ ବୋଲି ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ପ୍ରକୋଷ୍ଠରେ ପ୍ରତିଶ୍ରୁତି ମିଳିଥିଲା । କ୍ୟାବିନେଟ ପୂର୍ବରୁ ସରକାରଙ୍କ ତରଫରୁ କନିଷ୍ଠ ଶିକ୍ଷକମାନଙ୍କୁ ଫୋନ ଯୋଗେ ୭ ଦିନ ଭିତରେ ବିଭାଗୀୟ ଆଦେଶନାମା ବାହାରିବ ବୋଲି ଜଣାଇ ଦିଆଯାଇଥିଲା ।

୧୫ ଅକ୍ଟୋବରରେ ମୁଖ୍ୟମନ୍ତ୍ରୀ ଘୋଷଣା କଲେ ଓଡ଼ିଶାରୁ ସମ୍ପୂର୍ଣ୍ଣ ଚୁକ୍ତିଭିତ୍ତିକ ପ୍ରଥା ଉଚ୍ଛେଦ ହେଲା । ଏଥିରେ ୫୭ ହଜାର କର୍ମଚାରୀ ଚୁକ୍ତିଭିତ୍ତିକ ଉଚ୍ଛେଦ ହେଲେ, କିନ୍ତୁ ଏହି ଘୋଷଣାରୁ ପ୍ରାଥମିକ ବିଦ୍ୟାଳୟରେ କାର୍ଯ୍ୟରତ ଚୁକ୍ତିଭିତ୍ତିକ କନିଷ୍ଠ ଶିକ୍ଷକମାନେ ବାଦ ପଡ଼ିଯାଇଥିଲେ । ପରେ କନିଷ୍ଠ ଶିକ୍ଷକଙ୍କ ଦାବିକୁ ସରକାର ଖୁବଶୀଘ୍ର କ୍ୟାବିନେଟରେ ପାସ୍ ହୋଇ ଘୋଷଣା କରାଯିବ ବୋଲି କୁହାଗଲା । ଦୁଇଟା ଉପନିର୍ବାଚନ ସମୟରେ ଦାବିକୁ ପ୍ରାଥମିକତା ଭିତ୍ତିରେ ପୂରଣ କରିବାକୁ ପ୍ରତିଶ୍ରୁତି ମିଳିଥିଲା । କିନ୍ତୁ ସରକାର ଭିତ୍ତିହୀନ କଥା କହି ନିୟମିତ କରିବାକୁ ମନା କରିଦେଲେ ବୋଲି କନିଷ୍ଠ ଶିକ୍ଷକ ସଂଘ ଅଭିଯୋଗ କରିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି