Masthead

ଶ୍ରୀକ୍ଷେତ୍ରର ଅଧିଷ୍ଠାତ୍ରୀ ମା’ ବିମଳାଙ୍କ ପୀଠରେ ଆଜିଠୁ ଷୋଡଶ ଦିନାତ୍ମକ ପୂଜା

ପୁରୀ(ବଡ଼ ଖବର ବ୍ୟୁରୋ): ଶ୍ରୀକ୍ଷେତ୍ରର ଅଧିଷ୍ଠାତ୍ରୀ ମା ବିମଳାଙ୍କ ପୀଠରେ ଆଜିଠାରୁ ଆରମ୍ଭ ହେବ ଷୋଡଶ ଦିନାତ୍ମକ ପୂଜା। ଏହି ଅବସରରେ ଗଜପତିଙ୍କ ଶ୍ରୀନଅରରେ ଶ୍ରୋତ୍ରୀୟ ବ୍ରାହ୍ମଣଙ୍କୁ ଆଚାର୍ୟ୍ୟ ପଦରେ ବରଣ କରାଯିବ। ଏହି ଉତ୍ସବ ଉପଲକ୍ଷେ ରାଜଗୁରୁ, ଦେଉଳ ପୁରୋହିତ ଓ ଅନ୍ୟାନ୍ୟ ପଣ୍ତିତ ମାନଙ୍କୁ ଗଜପତି ମହାରାଜାଙ୍କ ଶ୍ରୀହସ୍ତ ଛୁଆଁ ଗୁଆ ନଡିଆ ଓ ବସ୍ତ୍ର ପ୍ରଦାନ କରି ପୂଜା ପାଇଁ ବରଣ କରିବେ। ଗଜପତିଙ୍କ ପ୍ରତିନିଧି ଭାବେ ରାଜଗୁରୁ ଏହି ଗୁଆ ନଡ଼ିଆ ବ୍ରାହ୍ମଣ ମାନଙ୍କୁ ଦେଇ ବରଣ କରିଵେ। ଶ୍ରୀମନ୍ଦିରରେ ଥିବା ମା ବିମଳାଙ୍କ ପୀଠ ନିମନ୍ତେ ପୂଜକ ଓ ବ୍ରାହ୍ମଣଙ୍କୁ ପରମ୍ପରା ଅନୁଯାୟୀ ପ୍ରଥମେ ବରଣ କରାଯିବା ସହ ଜଣେ ପରୀଚ୍ଛା,ଚଣ୍ଡୀପାଠକ ,ମନ୍ତ୍ରଯାପକ,ସହସ୍ରନାମ ପାଠକଙ୍କୁ ବରଣ କରାଯିବ। ଏଥିସହ ଶ୍ରୀମନ୍ଦିର ଭିତର ବେଢା ପରିସରରେ ମା ଭୁବନେଶ୍ୱରୀ,ମା ବାଟମଙ୍ଗଳା,ଓ ମା ଉତ୍ତରାୟଣୀ ପୀଠ ଲାଗି ପୂଜକ ଏବଂ ଚଣ୍ଡୀପାଠକ ବରଣ ହେଵେ। ଶ୍ରୀକ୍ଷେତ୍ର ମଧ୍ୟରେ ଥିବା ବିଭିନ୍ନ ଶକ୍ତୀପୀଠ ଯଥା ଦକ୍ଷିଣକାଳୀ, ଶ୍ୟାମାକାଳୀ, ରାମଚଣ୍ଡୀ,, ହରଚଣ୍ଡୀ,, ଆଲମଚଣ୍ଡୀ ଓ କପିଳେଶ୍ୱରପୁର ଶାସନର ପଞ୍ଚମୁଖୀ ଠାକୁରାଣୀଙ୍କ ପୀଠରେ ଷୋଳପୂଜା ପାଇଁ ପୂଜକ,ଚଣ୍ଡୀପାଠକ ମାନଙ୍କୁ ମଧ୍ୟ ଆଜି ବରଣ କରାଯିବାର ପରମ୍ପରା ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ