Masthead

‘କଂଗ୍ରେସ ଶାସିତ ସମସ୍ତ ରାଜ୍ୟରେ ହେବ ଜାତିଗତ ଜନଗଣନା’

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ):କଂଗ୍ରେସ ଶାସିତ ସମସ୍ତ ରାଜ୍ୟରେ ହେବ ଜାତିଗତ ଜନଗଣନା । ଏନେଇ କଂଗ୍ରେସ ସିଡବ୍ଲ୍ୟୁସି ବୈଠକ ପରେ ସୂଚନା ଦେଇଛନ୍ତି କଂଗ୍ରେସ ନେତା ରାହୁଲ ଗାନ୍ଧୀ । ସେ କହିଛନ୍ତି ଯେ, ଜାତିଗତ ଜନଗଣନାକୁ ନେଇ ଐତିହାସିକ ନିଷ୍ପତ୍ତି ସର୍ବସମ୍ମତି ଭାବେ ନିଆଯାଇଛି । କଂଗ୍ରେସ ଶାସିତ ସମସ୍ତ ରାଜ୍ୟର ମୁଖ୍ୟମନ୍ତ୍ରୀ ମିଳିତ ଭାବେ ଏହି ନିଷ୍ପତ୍ତି ନେଇଛନ୍ତି । ହିମାଚଳ ପ୍ରଦେଶ, ରାଜସ୍ଥାନ, କର୍ଣ୍ଣାଟକ ଏବଂ ଛତିଶଗଡରେ ଜାତିଗତ ଜନଗଣନା କରାଯିବ । ଏ ସମ୍ପର୍କିତ ପ୍ରସ୍ତାବକୁ କଂଗ୍ରେସ ସିଡବ୍ଲ୍ୟୁସି ବୈଠକରେ ପାରିତ କରାଯାଇଛି ।ସେ ଆହୁରି ମଧ୍ୟ କହିଛନ୍ତି ଯେ, କଂଗ୍ରେସ ପାର୍ଟି ଏନେଇ ନିଷ୍ପତ୍ତି ନେଇଥିଲା । ଇଣ୍ଡିଆ ମେଣ୍ଟର ଅଧିକାଂଶ ପାର୍ଟି ମଧ୍ୟ ଜାତିଗତ ଜନଗଣନାକୁ ନେଇ ସହମତି ଦେଖାଇଛନ୍ତି । ହେଲେ କିଛି ପାର୍ଟି ଏହାକୁ ନେଇ ଅମଙ୍ଗ ଅଛନ୍ତି । ତେବେ ଆମେ ଫାସୀବାଦି ପାର୍ଟି ନୁହଁ । ମେଣ୍ଟର ଅଧିକାଂଶ ଦଳ ଜାତିଗତ ଜନଗଣନାକୁ ନେଇ ସହମତି ପ୍ରକାଶ କରିଛନ୍ତି ବୋଲି କହିଛନ୍ତି ରାହୁଲ ଗାନ୍ଧୀ । ସମସ୍ତ କଂଗ୍ରେସ ରାଜ୍ୟରେ ହେବ ଜାତିଭିତ୍ତିକ ଜନଗଣନା ବୋଲି କହିଛନ୍ତି ରାହୁଲ ଗାନ୍ଧି । ବୈଠକରେ କଂଗ୍ରେସ ନେତା ରାହାୁଲ ଗାନ୍ଧି କହିଛନ୍ତି, ‘ପ୍ରଧାନ ମନ୍ତ୍ରୀ ଜନଗଣନା କରିବାରେ ଅସମର୍ଥ । ପ୍ରଧାନମନ୍ତ୍ରୀ ଓବିସିଙ୍କ ପାଇଁ କାମ କରନ୍ତି ନାହିଁ । ପ୍ରଧାନମନ୍ତ୍ରୀ ଓବିସି ପାଇଁ କାମ କରନ୍ତି ନାହିଁ କେବଳ, ସେମାନଙ୍କୁ ମୁଖ୍ୟ ପ୍ରସଙ୍ଗରୁ ବିଭ୍ରାନ୍ତ କରନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ