Masthead

ସୁପ୍ରିମକୋର୍ଟରୁ କେଜ୍ରିୱାଲଙ୍କୁ ମିଳିଲାନି ଆଶ୍ୱସ୍ତି

ନୂଆଦିଲ୍ଲୀ:(ବଡ଼ ଖବର ବ୍ୟୁରୋ):ସୁପ୍ରିମକୋର୍ଟଙ୍କ ପରେ ଦିଲ୍ଲୀର ରାଉଜ ଆଭିନ୍ୟୁ କୋର୍ଟରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ ଝଟକା ଲାଗିଛି। ସୁପ୍ରିମକୋର୍ଟ କେଜ୍ରିୱାଲଙ୍କ ଗିରଫଦାରୀ ବିରୋଧୀ ଆବେଦନର ତ୍ୱରିତ ଶୁଣାଣିକୁ ମନା କରି ଦେଇଥିଲେ। ଏପ୍ରିଲ ୨୯ରେ ତାଙ୍କ ଆବେଦନର ଶୁଣାଣି ହେବ। ଏହାପରେ ରାଉଜ ଆଭିନ୍ୟୁ କୋର୍ଟ ତାଙ୍କ ନ୍ୟାୟିକ ହେପାଜତର ଅବଧିକୁ ଏପ୍ରିଲ ୨୩ ଯାଏ ବୃଦ୍ଧି କରିଛନ୍ତି। ମଦ ନୀତି ମାମଲାରେ କେଜ୍ରିୱାଲ୍‌ ମାର୍ଚ୍ଚ ୨୧ ତାରିଖରେ ଗିରଫ ହେବା ପରେ ତାହାକୁ ଚ୍ୟାଲେଞ୍ଜ କରି ହାଇକୋର୍ଟରେ ଏକ ଆବେଦନ କରିଥିଲେ।

ଏପ୍ରିଲ୍‌ ୯ ତାରିଖରେ କେଜ୍ରିୱାଲ୍‌ଙ୍କ ଆବେଦନକୁ ଅଦାଲତ ଖାରଜ କରି ଦେଇଥିଲେ । ତା’ପରେ ସେ ସର୍ବୋଚ୍ଚ ନ୍ୟାୟାଳୟରେ ଆବେଦନ କରିଥିଲେ। ଯାହାର ଶୁଣାଣି ଆଜି ଥିଲା, ମାତ୍ର ଆଜି ଅଦାଲତର ତାହାର ଶୁଣାଣି ଏପ୍ରିଲ ୨୯ ତାରିଖକୁ ଘୁଞ୍ଚାଇ ଦେଇଛନ୍ତି। ବର୍ତ୍ତମାନ ତିହାର ଜେଲରେ ଥିବା କେଜ୍ରିୱାଲଙ୍କ ୧୪ ଦିନିଆ ନ୍ୟାୟିକ ହେପାଜତ ସୋମବାର ଶେଷ ହେବ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା