Masthead

ସୁପ୍ରିମକୋର୍ଟ ଗଲେ ହେମନ୍ତ ସୋରେନ୍‌

ଝାଡଖଣ୍ଡ(ବଡ଼ ଖବର ବ୍ୟୁରୋ):ସୁପ୍ରିମକୋର୍ଟର ଦ୍ୱାରସ୍ଥ ହେଲେ ଝାଡଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ୍‌ । ଝାଡଖଣ୍ଡ ହାଇକୋର୍ଟରେ ତାଙ୍କ ଜାମିନ ଆବେଦନ ଖାରଜ ପରେ ସେ ସୁପ୍ରିମକୋର୍ଟର ଦ୍ୱାରସ୍ଥ ହୋଇଛନ୍ତି । ଇଡିର ଗିରଫଦାରୀକୁ ଚ୍ୟାଲେଞ୍ଜ କରି ହେମନ୍ତ ସୋରେନ୍‌ ହାଇକୋର୍ଟରେ ଜାମିନ ପାଇଁ ଆବେଦନ କରିଥିଲେ । ତାଙ୍କ ଆବେଦନକୁ ଖାରଜ ପରେ ସେ ସୁପ୍ରିମକୋର୍ଟରେ ଏହାକୁ ଚ୍ୟାଲେଞ୍ଜ କରିଛନ୍ତି । ଗିରଫଦାରୀ ଅଯୌକ୍ତିକ ଏବଂ ଏହି ମାମଲାରେ ତାଙ୍କୁ ରିମାଣ୍ଡରେ ନେବା ବେଆଇନ ଏବଂ ଅନୁଚିତ ବୋଲି ତାଙ୍କ ପିଟିସନରେ ସୋରେନ ଦାବି କରିଛନ୍ତି ।

କପିଲ ସିବଲ ସିଜେଆଇଙ୍କୁ କହିଛନ୍ତି, ମେ’ ୧୩ ତାରିଖରେ ନିର୍ବାଚନ ହେବ । ଏଭଳି ସ୍ଥିତିରେ ହେମନ୍ତ ସୋରେନ୍‌ଙ୍କ ଅଧିକାର ପ୍ରଭାବିତ ହେଉଛି । ନିର୍ବାଚନ ପାଇଁ ତାଙ୍କୁ ଜାମିନ ମିଳିବା ଉଚିତ । ତେଣୁ ଏହି ମାମଲରେ ଶୀଘ୍ର ଶୁଣାଣି କରାଯାଉ ବୋଲି ସେ ଦାବି କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ