Masthead

ସ୍ବତନ୍ତ୍ର ଉନ୍ନୟନ ପରିଷଦ ପାଇଁ ୧୭୫.୫ କୋଟି ଟଙ୍କାର ଅତିରିକ୍ତ ଅନୁଦାନ ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ

ଭୁବେନେଶ୍ୱର (ବଡ଼ ଖବର ବ୍ୟୁରୋ):ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ସ୍ବତନ୍ତ୍ର ଉନ୍ନୟନ ପରିଷଦ ପାଇଁ ୧୭୫.୫ କୋଟିର ଅତିରିକ୍ତ ଅନୁଦାନକୁ ମଞ୍ଜୁରୀ ପ୍ରଦାନ କରିଛନ୍ତି। ଆଦିବାସୀଙ୍କ ଭାଷା, କଳା, ସଂସ୍କୃତି, ଐତିହ୍ୟର ସଂରକ୍ଷଣ ପାଇଁ ଏହା ଖର୍ଚ୍ଚ ହେବ । ଚଳିତ ବର୍ଷର ସ୍ୱାଭାବିକ ଅନୁଦାନ ୧୭୫.୫ କୋଟି ଟଙ୍କା ସହିତ ଏହି ଅତିରିକ୍ତ ଅନୁଦାନ ମିଳିବ। ଆଜି ସ୍ବତନ୍ତ୍ର ଉନ୍ନୟନ ପରିଷଦର ଅଧ୍ୟକ୍ଷମାନଙ୍କ ସହ ଆଲୋଚନା ସମୟରେ 5T ସଚିବ ଶ୍ରୀ ଭି.କେ. ପାଣ୍ଡିଆନ ଏହି ସୂଚନା ଦେଇଛନ୍ତି ।

ଏହା ଦ୍ୱାରା ସ୍ବତନ୍ତ୍ର ଉନ୍ନୟନ ପରିଷଦକୁ ଚଳିତ ବର୍ଷ ସମୁଦାୟ ୩୫୧ କୋଟି ଟଙ୍କାର ଅନୁଦାନ ମିଳବ। ଏହି ଘୋଷଣା ଦ୍ବାରା ଆଭାଷୀ ମାଧ୍ୟମରେ ଉପସ୍ଥିତ ଥିବା ୯ଟି ଜିଲ୍ଲା ପରିଷଦର ଅଧ୍ୟକ୍ଷ ଓ ସମସ୍ତ ସଦସ୍ୟଙ୍କ ମଧ୍ୟରେ ଖୁସିର ଲହରି ଖେଳିଯାଇଥିଲା । ସୂଚନାଯୋଗ୍ୟ ଯେ, ରାଜ୍ୟ ସରକାର ୯ଟି ଜିଲ୍ଲା ଯଥା- କୋରାପୁଟ, ମାଲକାନଗିରି, ଗଜପତି, ମୟୂରଭଞ୍ଜ, ରାୟଗଡା, କେନ୍ଦୁଝର, କନ୍ଧମାଳ,ସୁନ୍ଦରଗଡ ଓ ନବରଙ୍ଗପୁର ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଗଠନ କରିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ