Masthead

ସ୍ଵତନ୍ତ୍ର ଉନ୍ନୟନ ପରିଷଦ ଗଠିତ

ଭୁବନେଶ୍ୱର (ବଡ଼ ଖବର): ରାଜ୍ୟର ଆଉ ୧୪ ଟି ଜିଲ୍ଲାର ୫୫ଟି ବ୍ଲକରେ ସ୍ଵତନ୍ତ୍ର ଉନ୍ନୟନ ପରିଷଦ ଗଠିତ । ସ୍ଵତନ୍ତ୍ର ଉନ୍ନୟନ ପରିଷଦ ସଂଖ୍ୟା ୯ ରୁ ୨୩ କୁ ବୃଦ୍ଧି । ରାଜ୍ୟର ୧୭୨ଟି ବ୍ଲକର ୮୩ଲକ୍ଷରୁ ଅଧିକ ଜନଜାତି ବର୍ଗର ଲୋକେ ନିଜ କଳା ଓ ସଂସ୍କୃତିର ବିକାଶ ପାଇଁ କାମ କରିବେ । ଏଥିପାଇଁ ଚଳିତ ଆର୍ଥକ ବର୍ଷରେ ଖର୍ଚ୍ଚ ହେବ ୨୨୩ କୋଟି ଟଙ୍କା । ଜନଜାତି ସଂସ୍କୃତିର ସଂରକ୍ଷଣ ଓ ପ୍ରସାର ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୧୪ଟି ସ୍ବତନ୍ତ୍ର ଉନ୍ନୟନ ପରିଷଦ ସୃଷ୍ଟି କରାଗଲା ବୋଲି ଘୋଷଣା କରିଛନ୍ତି।

ଏହି ନୂତନ ଜିଲ୍ଲା ଗୁଡିକ ହେଉଛି ଅନୁଗୋଳ, ବଲାଙ୍ଗୀର, ବାଲେଶ୍ଵର, ବରଗଡ଼, ବୌଦ୍ଧ, ଦେବଗଡ, ଢେଙ୍କାନାଳ, ଗଞ୍ଜାମ, ଯାଜପୁର, ଝାରସୁଗୁଡ଼ା, କଳାହାଣ୍ଡି, ନୂଆପଡ଼ା, ନୟାଗଡ଼ ଓ ସମ୍ବଲପୁର। ଆଦିବାସୀ ପଡିଆରେ ଆୟୋଜିତ କାର୍ୟ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ଏହି ଘୋଷଣା କରିଛନ୍ତି। ଜଗନ୍ନାଥ ସଂସ୍କୃତି ସହିତ ଜନଜାତି ସଂସ୍କୃତିର ଗଭୀର ସମ୍ପର୍କ ଅଛି। ଏଥିରେ ପ୍ରକୃତି ଓ ପରିବେଶର ସୁରକ୍ଷା ଉପରେ ଗୁରୁତ୍ବ ଦିଆଯାଇଛି। ପ୍ରକୃତିର ପୂଜା ଓ ଭାଇଚାରା ଆଦିବାସୀ ସଂସ୍କୃତିର ମୁଖ୍ୟ ଆଧାର ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ବିକାଶର ପରିଭାଷାରେ କଳା ଓ ସଂସ୍କୃତିର ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଛି । ଜନଜାତି ବର୍ଗର ଲୋକଙ୍କର କଳା ଓ ସଂସ୍କୃତିର ସଂରକ୍ଷଣ ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଗଠନ କରାଯାଇଛି। ରାଜନୀତି ଠାରୁ ଆରମ୍ଭ କରି ସାହିତ୍ୟ, ସଂସ୍କୃତି, ଭାଷା, ରାଜନୀତି ସବୁ କ୍ଷେତ୍ରରେ ଜନଜାତି ବର୍ଗର ଲୋକଙ୍କ ଅବଦାନ ରହିଛି। ଓଡ଼ିଶାର ସଂସ୍କୃତିକୁ ସେମାନେ ଗୌରବମୟ କରିଛନ୍ତି। ନୂଆ ପରିଷଦ ଗଠନ ଦ୍ଵାରା ସବୁ ଛୋଟ ଛୋଟ ବର୍ଗର ଜନଜାତି ଗୋଷ୍ଠୀ ସେମାନଙ୍କ କଳା ଓ ଐତିହ୍ୟର ସୁରକ୍ଷା ପାଇଁ ଗୁରୁତ୍ଵପୂର୍ଣ୍ଣ ଅବଦାନ ରଖି ପାରିବେ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼