Before Header

୧୩ ସହରର ୧୪୯ ଓ୍ବାର୍ଡରେ ଆରମ୍ଭ ହେଲା ଡ୍ରିଙ୍କ୍‌ ଫ୍ରମ୍‌ ଟ୍ୟାପ୍‌: ୧୨ ଲକ୍ଷ ୩୦ ହଜାର ଲୋକ ଉପକୃତ

0 18

ଭୁବେନେଶ୍ୱର (ବଡ଼ ଖବର ବ୍ୟୁରୋ):ଡ୍ରିଙ୍କ୍‌ ଫ୍ରମ୍‌ ଟ୍ୟାପ୍‌ ମିଶନର ୩ ବର୍ଷ ପୂର୍ତ୍ତି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ଓଡ଼ିଶାର ୫ଟି ସହର ସମେତ ଅନ୍ୟ ୧୩ଟି ସହରର ୧୪୯ଟି ଓ୍ବାର୍ଡରେ ୨୪ ଘଣ୍ଟିଆ ଜଳ ଯୋଗାଣ ସୁବିଧାର ଶୁଭାରମ୍ଭ କରିଛନ୍ତି। ଡ୍ରିଙ୍କ ଫ୍ରମ୍‌ ଟ୍ୟାପ୍‌ କାର୍ୟ୍ୟକ୍ରମରେ ଜନସାଧାରଣ ଟ୍ୟାପ୍‌ରୁ ସିଧାସଳଖ ବିଶୁଦ୍ଧ ପିଇବା ପାଣି ପାଇପାରୁଛନ୍ତି। ଏଥିରେ ଟ୍ୟାପ୍‌ ପାଣିକୁ ଫିଲ୍ଟର କରିବାର ଆବଶ୍ୟକ ନାହିଁ। ଭୁବନେଶ୍ୱରସ୍ଥିତ ଲୋକସେବା ଭବନ କନ୍‌ଭେନ୍‌ସନ୍‌ ସେଣ୍ଟରରେ ଆୟୋଜିତ ଏହି କାର୍ୟ୍ୟକ୍ରମରେ ଯୋଗଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି, ଜଳ ଅମୂଲ୍ୟ। ପ୍ରତିଟି ଜଳବିନ୍ଦୁରେ ରହିଛି ଜୀବନ। ତେଣୁ ସମସ୍ତଙ୍କୁ ଭଲ ପିଇବା ପାଣି ଯୋଗାଇବା ଆମ ଡ୍ରିଙ୍କ ଫ୍ରମ୍‌ ଟ୍ୟାପ ଯୋଜନାର ଲକ୍ଷ୍ୟ।

ଓଡ଼ିଶା ଆଜି ରୂପାନ୍ତର ପଥରେ ସଫଳତା ସହ ଆଗେଇ ଚାଲିଛି। ୫-ଟି ଉପକ୍ରମ ପ୍ରୟୋଗରେ ଡ୍ରିଙ୍କ୍‌ ଫ୍ରମ୍‌ ଟ୍ୟାପ ଯୋଜନା ଆଜି ସାରା ଦେଶ ପାଇଁ ଓଡିଶା ଏକ ମଡେଲ ହୋଇଛି। ଆମ ଜଳସାଥୀ ମା’ମାନଙ୍କ ସଫଳତା ମଧ୍ୟ ଆଜି ଅନ୍ୟମାନଙ୍କ ପାଇଁ ମଡେଲ ହୋଇଛି। ପ୍ରେରଣାଦାୟୀ ସଫଳ କାହାଣୀ ହୋଇଛି।ସୂଚନାଯୋଗ୍ୟ,ଆଜି ମୁଖ୍ୟମନ୍ତ୍ରୀ ୫ଟି ସହର ଯଥା ରାଇରଙ୍ଗପୁର, ଚମ୍ପୁଆ, ବୀରମିତ୍ରପୁର, ରାଜଗାଙ୍ଗପୁର ଓ ନିମାପଡ଼ାକୁ ୨୪ ଘଣ୍ଟିଆ ପାନୀୟ ଜଳଯୋଗାଣ ସୁବିଧାର ଶୁଭାରମ୍ଭ କରିଛନ୍ତି। ଏସବୁ ସହରଗୁଡ଼ିକର ପ୍ରାୟ ୩୦ ହଜାର ପରିବାରର ୧.୮୦ ଲକ୍ଷ ଲୋକ ଏହା ଦ୍ୱାରା ଉପକୃତ ହେବେ ସେହିପରି ୧୩ଟି ପୌରାଞ୍ଚଳ ଭୁବନେଶ୍ୱର, କଟକ, ବ୍ରହ୍ମପୁର, ରାଉରକେଲା, ସୁନ୍ଦରଗଡ, କେନ୍ଦୁଝର, ବ୍ୟାସନଗର, ଖୋର୍ଦ୍ଧା, ଜଟଣୀ, ଆନନ୍ଦପୁର, ଯୋଡ଼ା, ବଡ଼ବିଲ ଏବଂ ହିଞ୍ଜଳିକାଟୁର ୧୪୯ଟି ଓ୍ବାର୍ଡ ପାଇଁ ଏହି ସୁବିଧା ଆରମ୍ଭ କରାଯାଇଛି। ଏସବ ଓ୍ବାର୍ଡର ପ୍ରାୟ ୧୦.୫୦ ଲକ୍ଷ ଜନସାଧାରଣ ଏହା ଦ୍ୱାରା ଉପକୃତ ହେବେ। ୨ ଲକ୍ଷରୁ ଉର୍ଦ୍ଧ୍ୱ ପରିବାରଙ୍କୁ ବିଶୁଦ୍ଧ ପାନୀୟ ଜଳଯୋଗାଣ ସୁବିଧା ମିଳିବ। ଏହି ୧୩ଟି ପୌରାଞ୍ଚଳର ଅବଶିଷ୍ଟ ଓ୍ବାର୍ଡମାନଙ୍କୁ ଜଳଯୋଗାଣ ପାଇଁ କାର୍ୟ୍ୟ ଜାରି ରହିଛି ଏବଂ ଖୁବ୍‌ଶୀଘ୍ର ଏସବୁ ଓ୍ବାର୍ଡବାସୀଙ୍କୁ ବିଶୁଦ୍ଧ ପାନୀୟ ଜଳଯୋଗାଣ ସୁବିଧା ମିଳିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

Leave A Reply

Your email address will not be published.