Before Header

୨୪ ଘଣ୍ଟା ମଧ୍ୟରେ ୧୧୨୯ ପଜିଟିଭ

0 10

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରାଜ୍ୟରେ ତଳକୁ ଖସୁଛି ସଂକ୍ରମଣ । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା କମୁଛି । ଗତ ୨୪ ଘଣ୍ଟା ମଧ୍ୟରେ ୧୧୨୯ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୯୮୦୮୬୬ରେ ପହଞ୍ଚିଛି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଜଣ ୬୫୭ କ୍ୱାରେଣ୍ଟାଇନ୍‌ରୁ ହୋଇଥିବା ବେଳେ ୪୭୨ ଜଣ ଲୋକାଲ୍‌ କେସ୍‌ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୯୮୦୮୬୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୪୩୨୫ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୯୬୦୩୮୬ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏବେ ସୁଦ୍ଧା ରାଜ୍ୟରେ ୧୬୨୨୩୯୨୧ ସାମ୍ପୁଲ ଟେଷ୍ଟ୍ ହୋଇଛି ।

Leave A Reply

Your email address will not be published.