ନକଲି ଟିକାକୁ ସତର୍କ କଲା କେନ୍ଦ୍ର

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ବଜାରରେ ମିଳୁଛି ନକଲି କୋଭିଡ ଟିକା । ଏହାକୁ ନେଇ ଉଦବେଗ ପ୍ରକାଶ କରିଛନ୍ତି କେନ୍ଦ୍ର ସରକାର ଓ ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ । ରାଜ୍ୟକୁ ସତର୍କ କରାଇଲା କେନ୍ଦ୍ର । ଏହି ନକଲି ଟିକାକୁ କିପରି ଚିହ୍ନିବ ସେ ନେଇ ସୂଚନା ଦେଇଛନ୍ତି। କୋଭିସିଲଡ, କୋଭାକ୍ସିନ ଓ ସ୍ପୁଟନିକ-ଭି ଟିକା ନିର୍ମାତାମାନଙ୍କ ସହ ପରାମର୍ଶ କରି ସରକାର ଅସଲି ଟିକାର ରଙ୍ଗ, ଲେବଲ ଆଦି ପରିମାପକ ଗୁଡ଼ିକ ବିଷୟରେ ଅବଗତ କରାଇଛନ୍ତି।

ଦକ୍ଷିଣପୂର୍ବ ଏସିଆ ଓ ଆଫ୍ରିକାରେ ନକଲି କୋଭିସିଲଡ ଟିକା ବିକ୍ରି ହେଉଥିବାର ସୂଚନା ମିଳିଛି । ଭାରତରେ ମଧ୍ୟ ନକଲି ଟିକା ବିକ୍ରି ହେଉଥିବା ନେଇ ଗଣମାଧ୍ୟମରେ ପ୍ରକାଶ ପାଇବା ପରେ କେନ୍ଦ୍ର ସରକାର ଏହା ଉପରେ ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି। ସ୍ବାସ୍ଥ୍ୟମନ୍ତ୍ରୀ ମନସୁଖ ମାଣ୍ଡବୀୟ ଗତ ମାସରେ କହିଥିଲେ ଯେ ଅଭିଯୋଗ ଉପରେ ତଦନ୍ତ ଚାଲିଛି ଏବଂ ସତ୍ୟ ପ୍ରମାଣିତ ହେଲେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ