Masthead

୨୭ ଜିଲ୍ଲାରେ ମରୁଡ଼ି ସ୍ଥିତି

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ନିଅଣ୍ଟିଆ ବର୍ଷା । ରାଜ୍ୟର ଅନେକ ଅଞ୍ଚଳରେ ମରୁଡ଼ି ସ୍ଥିତି । ଅଗଷ୍ଟ ମାସରେ ବଡ଼ ଧରଣର ବର୍ଷା ହେବାର ସମ୍ଭାବନା ନାହିଁ । ଏନେଇ ସୂଚନା ଦେଇଛନ୍ତି, ଆଇଏମଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର । ସେ କହିଛନ୍ତି, ବର୍ତ୍ତମାନର ବାୟୁମଣ୍ଡଳ ସ୍ଥିତିକୁ ଦେଖିଲେ ଆସନ୍ତା ୫ ଦିନ ପର୍ଯ୍ୟନ୍ତ ଓଡ଼ିଶାରେ କୌଣସି ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ନାହିଁ । ଯେଉଁଭଳି ନିଅଣ୍ଟିିଆ ବର୍ଷା ଚାଲିଛି ଆସନ୍ତା ୫ ବା ୭ ଦିନ ପର୍ଯ୍ୟନ୍ତ ମଧ୍ୟ ସେମିତି ନିଅଣ୍ଟିଆ ବର୍ଷା ଚାଲିବ ।

ଆସନ୍ତା ୫ ଦିନ ରାଜ୍ୟରେ ମୌସୁମୀ ବାୟୁ ସକ୍ରିୟ ହେବାର କୌଣସି ସ୍ଥିତି ଦେଖାଯାଉନାହିଁ । ଶ୍ରୀ ମହାପାତ୍ରଙ୍କ କହିବା କଥା, ଜୁନ ୧ରୁ ଏପର୍ଯ୍ୟନ୍ତ ଓଡ଼ିଶାରେ ୩୩ ପ୍ରତିଶତ ନିଅଣ୍ଟିଆ ବର୍ଷା ହୋଇଛି । ଅଗଷ୍ଟ ମାସରେ ୫୫ ପ୍ରତିଶତ ନିଅଣ୍ଟିଆ ବର୍ଷା ରେକର୍ଡ ହୋଇଛି । ଏଥର ଲଘୁଚାପ ସୃଷ୍ଟି ହୋଇନଥିବାରୁ ଭଲ ବର୍ଷା ହେଲା ନାହିଁ । ସେ କହିଛନ୍ତି, ଓଡ଼ିଶାରେ ବର୍ତ୍ତମାନ ୩୦ ରୁ ୨୭ ଟି ଜିଲ୍ଲାରେ ନିଅଣ୍ଟିଆ ବର୍ଷା ହୋଇଛି । କୋରାପୁଟ, ମାଲକାନଗିରି ଓ ନୂଆପଡାକୁ ଛାଡିଦେଲେ ଅନ୍ୟ ସବୁ ଜିଲ୍ଲାରେ ନିଅଣ୍ଟିଆ ବର୍ଷା ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ