Masthead

୨୭ ଜିଲ୍ଲାରେ ମରୁଡ଼ି ସ୍ଥିତି

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ନିଅଣ୍ଟିଆ ବର୍ଷା । ରାଜ୍ୟର ଅନେକ ଅଞ୍ଚଳରେ ମରୁଡ଼ି ସ୍ଥିତି । ଅଗଷ୍ଟ ମାସରେ ବଡ଼ ଧରଣର ବର୍ଷା ହେବାର ସମ୍ଭାବନା ନାହିଁ । ଏନେଇ ସୂଚନା ଦେଇଛନ୍ତି, ଆଇଏମଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର । ସେ କହିଛନ୍ତି, ବର୍ତ୍ତମାନର ବାୟୁମଣ୍ଡଳ ସ୍ଥିତିକୁ ଦେଖିଲେ ଆସନ୍ତା ୫ ଦିନ ପର୍ଯ୍ୟନ୍ତ ଓଡ଼ିଶାରେ କୌଣସି ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ନାହିଁ । ଯେଉଁଭଳି ନିଅଣ୍ଟିିଆ ବର୍ଷା ଚାଲିଛି ଆସନ୍ତା ୫ ବା ୭ ଦିନ ପର୍ଯ୍ୟନ୍ତ ମଧ୍ୟ ସେମିତି ନିଅଣ୍ଟିଆ ବର୍ଷା ଚାଲିବ ।

ଆସନ୍ତା ୫ ଦିନ ରାଜ୍ୟରେ ମୌସୁମୀ ବାୟୁ ସକ୍ରିୟ ହେବାର କୌଣସି ସ୍ଥିତି ଦେଖାଯାଉନାହିଁ । ଶ୍ରୀ ମହାପାତ୍ରଙ୍କ କହିବା କଥା, ଜୁନ ୧ରୁ ଏପର୍ଯ୍ୟନ୍ତ ଓଡ଼ିଶାରେ ୩୩ ପ୍ରତିଶତ ନିଅଣ୍ଟିଆ ବର୍ଷା ହୋଇଛି । ଅଗଷ୍ଟ ମାସରେ ୫୫ ପ୍ରତିଶତ ନିଅଣ୍ଟିଆ ବର୍ଷା ରେକର୍ଡ ହୋଇଛି । ଏଥର ଲଘୁଚାପ ସୃଷ୍ଟି ହୋଇନଥିବାରୁ ଭଲ ବର୍ଷା ହେଲା ନାହିଁ । ସେ କହିଛନ୍ତି, ଓଡ଼ିଶାରେ ବର୍ତ୍ତମାନ ୩୦ ରୁ ୨୭ ଟି ଜିଲ୍ଲାରେ ନିଅଣ୍ଟିଆ ବର୍ଷା ହୋଇଛି । କୋରାପୁଟ, ମାଲକାନଗିରି ଓ ନୂଆପଡାକୁ ଛାଡିଦେଲେ ଅନ୍ୟ ସବୁ ଜିଲ୍ଲାରେ ନିଅଣ୍ଟିଆ ବର୍ଷା ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା