Masthead

ଭାରତ-ମିମିଆଁମାର ସୀମାରେ ୧୦ ଉଗ୍ରବାଦୀ ନିପାତ

ଆସାମ(ବଡ଼ ଖବର ବ୍ୟୁରୋ): ଭାରତ-ମିଆଁମାର ସୀମାରେ ସୁରକ୍ଷାକର୍ମୀଙ୍କୁ ମିଳିଛି ବଡ଼ ସଫଳତା । ୧୦ ଉଗ୍ରବାଦୀ ନିପାତ ସହ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଜବତ । ମଣିପୁର ଚାନ୍ଦେଲରେ ସେନା-ଆସାମ ରାଇଫଲ୍ସର ମିଳିତ ଅପରେସନ ଏହି ବଡ ସଫଳତା ମିଳିଛି ।ଏବେବି ସେଠାରେ କମ୍ୱିଂ ଜାରି ରହିଛି । ମିଆଁମାର ସୀମାନ୍ତରେ ଥିବା ନ୍ୟୁ ସାମତାଲ ଗ୍ରାମ ନିକଟରେ ସନ୍ଦିଗ୍ଧ ସଶସ୍ତ୍ର ଆତଙ୍କବାଦୀଙ୍କ ଗତିବିଧି ବିଷୟରେ ବିଶ୍ୱସ୍ତ ଗୁଇନ୍ଦା ସୂଚନା ପରେ ସେନା ଅଧିକାରୀମାନେ ନିଶ୍ଚିତ କରି ଅପରେସନ୍ ଆରମ୍ଭ କରିଥିଲେ । ସୋସିଆଲ ମିଡିଆ ପ୍ଲାଟଫର୍ମ ‘ଏକ୍ସ’ରେ ସୂଚନା ସେୟାର କରି ଭାରତୀୟ ସେନାର ପୂର୍ବ କମାଣ୍ଡ କହିଛି ଯେ ମେ ୧୪ ତାରିଖରେ, ଆସାମ ରାଇଫଲ୍ସର ଏକ ୟୁନିଟ୍ ସ୍ପିୟର କୋର୍ପସ ଅଧୀନରେ ଖେଙ୍ଗଜୋୟ ତହସିଲର ନ୍ୟୁ ସାମତାଲ ଗାଁରେ ଏହି ଅପରେସନ ଆରମ୍ଭ କରିଥିଲା। ଏହି ଅଞ୍ଚଳ ଭାରତ-ମିଆଁମାର ଅନ୍ତର୍ଜାତୀୟ ସୀମା ନିକଟରେ ଅବସ୍ଥିତ, ଯାହା ପ୍ରାୟତଃ ଆତଙ୍କବାଦୀ କାର୍ୟ୍ୟକଳାପର କେନ୍ଦ୍ର ହୋଇ ରହିଥାଏ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ